banner
Breaking

ରାଜରୁ ଆଜି ୧୩୭୪ ପଜିଟିଭ ଚିହ୍ନଟ।

0

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟରେ ୧୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୧୨ ସଙ୍ଗରୋଧରୁ ଚିହ୍ନଟ ହୋଇଥିବାବେଳେ ୫୬୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସ°ଖ୍ୟା ୩ ଲକ୍ଷ ୪୮ ହଜାର ୧୮୨ରେ ପହଞ୍ଚିଛି।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୩୫୫ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୩୩, ବାଲେଶ୍ୱରରୁ ୧୭, ବରଗଡ଼ରୁ ୫୯, ଭଦ୍ରକରୁ ୩୦, ବଲାଙ୍ଗୀରରୁ ୧୨, ବୌଦ୍ଧରୁ ୨, କଟକରୁ ୫୧, ଦେବଗଡ଼ରୁ ୮, ଢେଙ୍କାନାଳରୁ ୫, ଗଜପତିରୁ ୮, ଗଞ୍ଜାମରୁ ୨୦, ଜଗତ୍‌ସିଂହପୁରରୁ ୯, ଯାଜପୁରରୁ ୨୫, ଝାରସୁଗୁଡ଼ାରୁ ୫୨, କଳାହାଣ୍ଡିରୁ ୪୫, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୨୪ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୯୩, କୋରାପୁଟରୁ ୮, ମୟୂରଭଞ୍ଜରୁ ୨୬, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୧୩, ନୂଆପଡ଼ାରୁ ୧୩୫ , ପୁରୀରୁ ୪୪, ରାୟଗଡ଼ାରୁ ୪୭, ସମ୍ବଲପୁରରୁ ୭୭ ସୁବର୍ଣ୍ଣପୁରରୁ ୪ ଜଣ ଅଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.