banner
Breaking

ରାଜ୍ୟରୁ ଆଜି ପୁଣି ୨୨୬୭ ପଜିଟିଭ ଚିହ୍ନଟ।

0

ଭୁବନେଶ୍ୱର,୧୪।୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା। ଆଜି ଏହି ସଂଖ୍ୟା ୨ହଜାର ଅତିକ୍ରମ କରିଛି। ଆଜି ରାଜ୍ୟରେ ୨୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ୧୩୧୪ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିଲା ବେଳେ ୯୫୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୫୫,୩୫୩ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ୪୮ଜଣ, ବାଲେଶ୍ୱରରୁ ୬୭, ବରଗଡ଼ରୁ ୧୨୦, ଭଦ୍ରକରୁ ୨୮, ବଲାଙ୍ଗୀରରୁ ୯୩, କଟକରୁ ୧୧୭, ଦେଓଗଡ଼ରୁ ୧୨, ଢେଙ୍କାନାଳରୁ ୫, ଗଜପତିରୁ ୩୧, ଗଞ୍ଜାମ ୭୦, ଜଗତସିଂହପୁରରୁ ୩୫, ଯାଜପୁରରୁ ୫୨, ଝାରସୁଗୁଡ଼ାରୁ ୫୫, କଳାହାଣ୍ଡିରୁ ୩୪, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୫୫, ଖୋର୍ଦ୍ଧାରୁ ୩୪୮, କୋରାପୁଟରୁ ୧୨, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୬୦, ନବରଙ୍ଗପୁରରୁ ୧୦୪, ନୟାଗଡ଼ରୁ ୧୯, ନୂଆପଡ଼ାରୁ ୧୦୪, ପୁରୀରୁ ୭୦, ରାୟଗଡ଼ାରୁ ୨୭, ସମ୍ବଲପୁରରୁ ୧୨୦, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୪୫୮ ଏବଂ ଷ୍ଟେର ପୋଲରୁ ୮୧ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩,୫୫,୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୨୪୪ଟି ଆକ୍ଟିଭ କେସ ରହିଥିବା ବେଳେ ୩୪୧୧୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.