banner
Breaking

ରାଜ୍ୟରେ ବଢୁଛି କରୋନା ମୃତ୍ୟୁ ସ°ଖ୍ୟା।

0

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୩କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକଙ୍କ ମଧ୍ୟରୁ ଯାଜପୁର, ଗଞ୍ଜାମ, ବଲାଙ୍ଗୀର ଜିଲାରୁ ଜଣେ ଲେଖାଏ ରହିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩,୫୫,୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୨୪୪ଟି ଆକ୍ଟିଭ କେସ ରହିଥିବା ବେଳେ ୩୪୧୧୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁ ୧୯୩୩ ଜଣଙ୍କର ମୃତ୍ୟୁ ହୋଇଛି।

Khansweb Solution Bhubaneswar

Leave A Reply

Your email address will not be published.