banner
Breaking

ରାଜ୍ୟରେ ଆଜି ସର୍ବାଧିକ ୮୩୮୬ ପଜିଟିଭ ଚିହ୍ନଟ ଓ ପୁଣି ୧୦ ମୃତ।

0

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ପୁଣି ୮୩୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ୪୭୮୨ ସଙ୍ଗରୋଧରୁ ଏବଂ ୩୬୦୫ ଜଣ ସ୍ଥାନୀୟ ଅଂଚଳର ରହିଥିବା ଜଣାପଡିଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୪ ଲକ୍ଷ ୨୮ ହଜାର ୫୧୫କୁ ବୃଦ୍ଧି ପାଇଛି।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୮୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବଲାଙ୍ଗିର ଜିଲାରୁ ୩୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨୩୩, ସୁନ୍ଦରଗଡ଼ରୁ ୯୩୩, ଝାରସୁଗୁଡ଼ାରୁ ୪୩୩, ବରଗଡ଼ରୁ ୨୫୭, କଳାହାଣ୍ଡି ଜିଲାରୁ ୧୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କେନ୍ଦୁଝର ଜିଲାରୁ ୧୭୫, ଅନୁଗୋଳ ଜିଲାରୁ ୩୪୭, ପୁରୀରୁ୨୫୯, ଗଞ୍ଜାମରୁ ୨୦୯, ନବରଙ୍ଗପୁରରୁ ୩୮୮, କଟକରୁ ୪୯୬, ସମ୍ବଲପୁରରୁ ୩୦୭, ମୟୂରଭଞ୍ଜରୁ ୨୮୯, ନୟାଗଡ଼ରୁ ୧୨୨, ଯାଜପୁରରୁ ୨୭୦, ରାୟଗଡ଼ାରୁ ୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଜପତି ଜିଲାରୁ ୯୬, କୋରାପୁଟ ଜିଲାରୁ ୬୯, ସୁବର୍ଣ୍ଣପୁରରୁ ୬୭, ଷ୍ଟେଟ ପୁଲ- ୩୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୮ ହଜାର ୫୧୫ କୁ ବୃଦ୍ଧି ପାଇଛି। ଆକ୍ଟିଭ ୫୫,୨୪୫ ଥିବା ବେଳେ ସୁସ୍ଥ ହେଲେଣି ୩ ଲକ୍ଷ ୭୧ ହଜାର ୨୦୦। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ଆଜି ୧୦ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରୁ ପୁରୀ ଓ ରାୟଗଡ଼ାରୁ ସର୍ବାଧିକ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବୌଦ୍ଧ, ଗଞ୍ଜାମ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.