banner
Breaking

ରାଜ୍ୟରେ ବଢୁଛି ଶିଶୁ ଆକ୍ରାନ୍ତଙ୍କ ସ°ଖ୍ୟା।

0

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୬୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୮ ହଜାର ୮୧୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୧୭, ବରଗଡ଼ରୁ ୧, ଭଦ୍ରକରୁ ୪, ବଲାଙ୍ଗିରରୁ ୧, ବୌଦ୍ଧରୁ ୧, କଟକରୁ ୫୯, ଦେବଗଡ଼ରୁ ୩, ଢେଙ୍କାନାଳରୁ ୧, ଗଞ୍ଜାମରୁ ୨, ଜଗତ୍‌ସିଂହପୁରରୁ ୨୪, ଯାଜପୁରରୁ ୧୩, ଝାରସୁଗୁଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୩, ମୟୂରଭଞ୍ଜରୁ ୨୨, ନୟାଗଡ଼ରୁ ୩, ପୁରୀରୁ ୧୯, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୮ ଓ ସୁନ୍ଦରଗଡ଼ରୁ ୬ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୪୫ ଅଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.