banner
Breaking

ରାଜ୍ୟରେ ଆଜି ୭୨୯୧ ପଜିଟିଭ ଚିହ୍ନଟ

0

ଭୁବନେଶ୍ୱର ୨୪।୦୧ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୨୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୧୧,୯୫୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୨୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୬୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୫୪ଜଣ ରହିଛନ୍ତି ।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪୩ଜଣ, ବରଗଡ଼ ଜିଲ୍ଲାରୁ ୧୩୦ଜଣ, ଭଦ୍ରକ ଜିଲ୍ଲାରୁ ୯୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧୮ଜଣ, ବୌଦ୍ଧ ଜିଲ୍ଲାରୁ ୫୫ଜଣ, କଟକ ଜିଲ୍ଲାରୁ ୫୬୧ଜଣ, ଦେଓଗଡ଼ ଜିଲ୍ଲାରୁ ୬୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୬ଜଣ, ଗଜପତି ଜିଲ୍ଲାରୁ ୯୫ଜଣ, ଗଞ୍ଜାମ ଜିଲ୍ଲାରୁ ୫୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୧ଜଣ, ଯାଜପୁର ଜିଲ୍ଲାରୁ ୨୦୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭୩ଜଣ, କନ୍ଧମାଳ ଜିଲ୍ଲାରୁ ୯୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୩୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୦୫ଜଣ, କୋରାପୁଟ ଜିଲ୍ଲାରୁ ୧୧୧ଜଣ, ମାଲକାନଗିରି ଜିଲ୍ଲାରୁ ୫୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪୮ଜଣ, ନୟାଗଡ଼ ଜିଲ୍ଲାରୁ ୧୯୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୬୦ଜଣ, ପୁରୀ ଜିଲ୍ଲାରୁ ୧୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୯୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୬ଜଣ, ସୋନପୁର ଜିଲ୍ଲାରୁ ୨୮୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୪୬ଜଣ, ଷ୍ଟେଟ ପୁଲ୍‌ରୁ ୩୬୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୧୧୯୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୧୭୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୨୧୬୦୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୧୯୩୮୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Khansweb Solution Bhubaneswar

Leave A Reply

Your email address will not be published.