banner
Breaking

ଦିଲ୍ଲୀରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

0

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୨୦୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୯ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୧,୦୫,୪୦୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୫,୪୧,୮୮୭ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୦,୪୦୩ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୪,୦୯୩କୁ ବୃଦ୍ଧି ପାଇଛି।

Khansweb Solution Bhubaneswar

Leave A Reply

Your email address will not be published.