banner
Breaking

ରାଜ୍ୟରେ ପୁଣି ୭ ପଜିଟିଭ୍। ଆକ୍ରାନ୍ତଙ୍କ ସ°ଖ୍ୟା ୧୪୯ ଛୁଇଁଲା।

0

ଭୁବନେଶ୍ବର,୧/୫ (ଓଡ଼ିଆ ନ୍ୟୁଜ): ଶୁକ୍ରବାର ଗୋଟିଏ ଦିନରେ ରାଜ୍ୟରେ ଆଉ ୭ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି ।
ଏହା ସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୯କୁ ବୃଦ୍ଧି ପାଇଛି ।  ସେଥି ମଧ୍ୟରୁ୯୩ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୫୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଗୋଟିଏ ଦିନରେ ପୁଣି ଏତେ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହେବା ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି । ଶୁକ୍ରବାର ବାଲେଶ୍ୱରର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀରରୁ ୨ଜଣ ଓ ଯାଜପୁରର ଆଉ ୪ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି ।

Khansweb Solution Bhubaneswar

Leave A Reply

Your email address will not be published.