banner
Breaking

ରାଜ୍ୟରେ ପୁଣି ୩ ପଜିଟିଭ।୧୬ ଜିଲ୍ଲାରେ କରୋନା।ମୋଟ ୧୬୦

0

ଭୁବନେଶ୍ୱର,୩/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇଜଣ ଗଞାମ ଜିଲ୍ଲାର ହୋଇଥିବା ବେଳେ ଅନ୍ୟ ପଜିଟିଭ୍ ଜଣଙ୍କ ଝାରସୁଗଡା ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏଥି ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ ରେ ପହଞ୍ଚିଛି । ଆଜି ସକାଳେ ଗଞ୍ଜାମ ଜିଲାରୁ ଦୁଇ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଝାରସୁଗଡାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ  ୩୮ ହଜାର ୬୫୮ଟି ଆରଟି ପିସିଆର ଟେଷ୍ଟ ହୋଇଛି । ଏଥିରୁ ୧୬୦ଟି ନମୁନା ପଜିଟିଭ ରିପୋର୍ଟ ଆସିଛି । ଏବେ ସୁଦ୍ଧା ୫୬ ଜଣ ରୋଗୀ ସୁସ୍ଥ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ୧୦୩ ଜଣଙ୍କ ଚିକିତ୍ସା ଜାରି ରହିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୮୮ଟି ନମୁନା ପରୀକ୍ଷା ହୋଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟର୧୬ଟି ଜିଲ୍ଲାରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି । ଯାଜପୁର ଜିଲ୍ଲାରେ ସର୍ବାଧିକ ୪୮ଜଣ ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.