ପୁଣି ୧୭ ପଜିଟିଭ୍। ଗଞ୍ଜାମ ୮୩ ରେ ପହଞ୍ଚିଲା।
ଭୁବନେଶ୍ଵର,୯/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ସକାଳେ ପ୍ରଥମେ ୧୪ ଏବଂ ପରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୭ରେ ପହଞ୍ଚିଛି। ଗତକାଲି ଅର୍ଥାତ ଶୁକ୍ରବାର ଗୋଟିଏ ଦିନରେ ସର୍ବାଧିକ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।ଶନିବାର ସକାଳେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନୂଆ ୧୪ ଆକ୍ରାନ୍ତଙ୍କ ସମ୍ପର୍କରେ ସୂଚନା ଦିଆଯାଇଥିଲା। ସେମାନଙ୍କ ମଧ୍ୟରୁ ୧୨ ଜଣ ଗଞ୍ଜାମ ଜିଲାର ହୋଇଥିବାବେଳେ ଭଦ୍ରକ ଏବଂ ସୁନ୍ଦରଗଡ଼ ଜିଲାର ଜଣେ ଲେଖାଏଁ ଥିଲେ। ପରେ ପଜିଟିଭ ଚିହ୍ନଟ ହୋଇଥିବା ୩ ଆକ୍ରାନ୍ତ ମୟୂରଭଞ୍ଜ ଜିଲାର ବୋଲି କୁହାଯାଇଛି। ଫଳରେ ମୟୂରଭଞ୍ଜ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ସେହିପରି ଗଞ୍ଜାମରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି।