ଭୁବନେଶ୍ୱର,୧୧/୫(ଓଡ଼ିଆ ନ୍ୟୁଜ) ଆଜି ସକାଳ ଅପଡେଟ ସୁଧା ରାଜ୍ୟରେ ପୁଣି ୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ୧୨ ଜଣ ହୋଇଥିବା ବେଳେ ସୁନ୍ଦରଗଡରୁ ଜଣେ ଓ କେନ୍ଦ୍ରାପଡାର ଜଣେ। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସ°ଖ୍ୟା ବୃଦ୍ଧିପାଇ ୩୯୧ ରେ ପହଞ୍ଚିଛି।ଗଞ୍ଜାମରୁ ଆଜିର ୧୨ଜଣ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭କୁ ବୃଦ୍ଧି ପାଇଛି, ସେଥିମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ସୁନ୍ଦରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୬ଜଣ ସୁସ୍ଥ ହୋଇଛନ୍ତି ଓ ୮ଜଣ ଚିକିତ୍ସିତ ହେଉଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ଛୁଇଁଛି । ସେଥିମଧ୍ୟରୁ ୨ଜଣ ସୁସ୍ଥ ହୋଇଛନ୍ତି ଓ ଅନ୍ୟ ୭ଜଣ ଚିକିତ୍ସିତ ହେଉଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Breaking
ଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟି
