banner
Breaking

ଖୁସି ଖବର ରାଜ୍ୟରେ ପୁଣି ୨୪ ସୁସ୍ଥ। ମୃତ୍ୟୁ ୫ ନୁହେଁ ଚାରି।

0

ଭୁବନେଶ୍ଵର,୧୭/୫(ଓଡ଼ିଆ ନ୍ୟୁଜ) : ଖୁସି ଖବର ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ୨୪ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୧୯, ବାଲେଶ୍ଵର ୨ ଏବଂ ଯାଜପୁରରୁ ୩ ଜଣ ରହିଛନ୍ତି । ସୁସ୍ଥ ହୋଇଥିବା ଏହି ୨୪ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ୍ ୨୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୮୨୮ଟି ପଜିଟିଭ ଚିହ୍ନଟ ହୋଇଛି । ୨୨୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି।  । ସେହିପରି ୬୦୪ଟି ସକ୍ରିୟ ଆକ୍ରାନ୍ତ ବର୍ତ୍ତମାନ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ସୂଚନାଯୋଗ୍ୟ ରାଜ୍ୟରେ ୫ ନୁହେଁ ୪ ମୃତ୍ୟୁ। ଆଜି ସକାଳେ ଗଞ୍ଜାମ ଜିଲ୍ଲାର ଦୁଇ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦିଆଯାଇଥିଲା। ହେଲେ ଏବେ ତ୍ରୁଟି ସୁଧାରି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି ଯେ ଏ ଦୁଇ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କର ରିପୋର୍ଟ ନେଗେଟିଭ୍ ଥିଲା । ଏଣୁ ଏବେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ନୁହେଁ, ବରଂ ୪ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରିଛନ୍ତି । ରାଜ୍ୟରେ ବର୍ତ୍ତମାନ ପର୍ୟ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ।

Khansweb Solution Bhubaneswar

Leave A Reply

Your email address will not be published.