banner
Breaking

ରାଜ୍ୟରେ ପୁଣି ୧୦୨ ପଜିଟିଭ୍ ଏବଂ ଜଣେ ମୃତ୍ୟୁ

0

ଭୁବନେଶ୍ୱର,୧୯/୫(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଆଜି ପୁଣି ୧୦୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏମାନଙ୍କ ଭିତରୁ ୫ଜଣଙ୍କୁ ଛାଡ଼ିଦେଲେ ଅନ୍ୟ ୯୭ଜଣ ସଂଗରୋଧ କେନ୍ଦ୍ରରେ ଥିଲେ ।
ଆଜି ଚିହ୍ନଟ ୧୦୨ଜଣ କରୋନା ପଜିଟିଭ୍ ଙ୍କ ମଧ୍ୟରୁ ଯାଜପୁରରୁ ୩୧, ଜଗତସିଂପୁରରୁ ୨୩, ଭଦ୍ରକ ୨୧, କେନ୍ଦ୍ରାପଡ଼ା ୮, କଟକ ୪, ଖୋର୍ଦ୍ଧା ୪, ପୁରୀ ୪, ଅନୁଗୁଳ ୨, ବାଲେଶ୍ୱର ୨, ସମ୍ବଲପୁର ୨ ଓ ନୟାଗଡ଼ରୁ ଜଣେ ଅଟନ୍ତି।

ଯାଜପୁରରେ ଆଜିର ୩୧ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୮କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୫୫ଜଣ ସୁସ୍ଥ ହୋଇଛନ୍ତି ୧୧୩ଜଣ ଚିକିତ୍ସିତ ହେଉଛନ୍ତି ।

ସେହିପରି ଜଗତସିଂପୁରରୁ ଆଜିର ୨୩ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୫ଜଣ ସୁସ୍ଥ ହୋଇଛନ୍ତି ଅନ୍ୟ ୨୩ଜଣ ଚିକିତ୍ସିତ ହେଉଛନ୍ତି ।

ଭଦ୍ରକରେ ଆଜିର ୨୧ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୫କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୨୫ଜଣ ସୁସ୍ଥ ହୋଇଛନ୍ତି ଅନ୍ୟ୭୦ଜଣ ଚିକିତ୍ସିତ ହେଉଛନ୍ତି ।

କେନ୍ଦାପଡ଼ା ଜିଲ୍ଲାରେ ଆଜିର ୮ଜଣଙ୍କୁ ବିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୩୮କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୩ଜଣ ସୁସ୍ଥ ହୋଇଛନ୍ତି ଅନ୍ୟ ୩୫ଜଣ ଚିକିତ୍ସିତ ହେଉଛନ୍ତି ।

କଟକରେ ଆଜି ୪ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ଜଣେ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ଅନ୍ୟ ୨ଜଣ ସୁସ୍ଥ ହୋଇଛନ୍ତି ୨୪ଜଣ ଚିକିତ୍ସିତ ହେଉଛନ୍ତି ।

ଖୋର୍ଦ୍ଧାରେ ଆଜିର ୪ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୪୮ଜଣ ସୁସ୍ଥ ହୋଇଛନ୍ତି ୧୬ଜଣ ଚିକିତ୍ସିତ ହେଉଛନ୍ତି ।

ପୁରୀରେ ୪ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି । ସେôତମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି ଅନ୍ୟ ୩୨ଜଣ ଚିକିସବଇତ ହେଉଛନ୍ତି ।
ଅନୁଗୁଳ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି । ସେହିପରି ବାଲେଶ୍ୱର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨୫ଜଣ ସୁସ୍ଥ ହୋଇଛନ୍ତି ୯୬ଜଣ ଚିକତ୍ସିତ ହେଉଛନ୍ତି ।

ସମ୍ବଲପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ସେହିପର ନୟାଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୫ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୨୭୭ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୬୯୬ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟରାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.