banner
Breaking

ରାଜ୍ୟରେ ପୁଣି ୮୬ ପଜିଟିଭ୍। ଆକ୍ରାନ୍ତଙ୍କ ସ°ଖ୍ୟା ୧୧୮୯ କୁ ବୃଦ୍ଧି।

0

ଭୁବନେଶ୍ୱର,୨୨/୫ (ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୮୬ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।ଏମାନଙ୍କ ଭିତରୁ ୮୦ଜଣ ସଂଗରୋଧରେ ଥିଲାବେଳେ ଜଣେ କଣ୍ଟେନ୍‌ମଣ୍ଟେ ଜୋନରୁ ଓ ଅନ୍ୟ ୫ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡ଼ିଛି ।

ଆଜି ସକାଳୁ ଚିହ୍ନଟ ୮୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରୁ ୪୬, କଟକ ୧୧, ନୟାଗଡ଼ ୬, ଗଞ୍ଜାମରୁ ୫, ବାଲେଶ୍ୱରରୁ ୩,ଭଦ୍ରକରୁ ୩ଜଣ, କେନ୍ଦୁଝର ୩, ପୁରୀ ୩, ଖୋର୍ଦ୍ଧାରୁ ୩,ବଲାଙ୍ଗୀରରୁ ୨ ଓ ସୁନ୍ଦରଗଡ଼ ରୁ ଜଣେ ଅଟନ୍ତି।

ଯାଜପୁର ଜିଲ୍ଲାରେ ଆଜିର ୪୬ଜଣଙ୍କୁ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ଅନ୍ୟ ୧୬୨ଜଣ ଚିକିତ୍ସିତ ହେଉଛନ୍ତି ।

ସେହିପରି କଟକରେ ଆଜିର ୧୧ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ଜଣେ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୨ଜଣ ସୁସ୍ଥ ହୋଇଛନ୍ତି ଅନ୍ୟ ୫୩ଜଣ ଚିକିତ୍ସିତ ହେଉଛନ୍ତି ।

ନୟାଗଡ଼ରେ ଆଜିର ୬ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଅନ୍ୟ ୨୬ଜଣ ଚିକିତ୍ସିତ ହେଉଛନ୍ତି ।

ସେହିପରି ଗଞ୍ଜାମରେ ଆଜିର ୫ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୨କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୩ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୧୫୪ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୬୫ଜଣ ଚିକିତ୍ସିତ ହେଉଛନ୍ତି ।

ବାଲେଶ୍ୱରରେ ଆଜିର ୩ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୪୨ଜଣ ସୁସ୍ଥ ହୋଇଛନ୍ତି ଅନ୍ୟ ୮୩ଜଣ ଚିକିତ୍ସିତ ହେଉଛନ୍ତି ।

ସେହିପରି ଭଦ୍ରକରେ ଆଜିର ଆଜିର ୩ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮କୁ ବୃଦ୍ଧି ପାଇଛି, ସେଥିମଧ୍ୟରୁ ୩୦ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୬୮ଜଣ ଚିକିତ୍ସିତ ହେଉଛନ୍ତି ।

କେନ୍ଦୁଝରୁ ଆଜି ୩ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୨ଜଣ ସୁସ୍ଥ ହୋଇଛନ୍ତି ଅନ୍ୟ ୯ଜଣ ଚିକିତ୍ସିତ ହେଉଛନ୍ତି ।

ସେହିପରି ପୁରୀରେ ଆଜିର ୩ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୩ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୪୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।

ବଲାଙ୍ଗୀରରେ ଆଜିର ୨ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୬ଜଣ ଚିକିତ୍ସିତ ହେଉଛନ୍ତି ।

ସେହିପରି ଖୋର୍ଦ୍ଧା ଜିଲ୍ଲାରେ ଆଜି ୩ଜଣଙ୍କୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୩ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୪୮ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୨୩ଜଣ ଚିକିତ୍ସିତ ହେଉଛନ୍ତିି ।

ସୁନ୍ଦରଗଡ଼େରେ ଆଜିର ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୧୫ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୩ଜଣ ଚିକିତ୍ସିତ ହେଉଛନ୍ତି ।

ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୭ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୩୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୭୮୯ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.