banner
Breaking

ରାଜ୍ୟରେ ପୁଣି ୬୭ ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୧୩୩୬ କୁ ବୃଦ୍ଧି।

0

ଭୁବନେଶ୍ବର,୨୪/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୬୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି ପାଇଛି । ନୂଆପଡା ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ସହ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୭ କୁ ବୃଦ୍ଧି ପାଇଛି ।

ଆଜି ଚିହ୍ନଟ ହୋଇଥିବା ୬୭ ଜଣଙ୍କ ମଧ୍ୟରୁ ୬୦ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ, ୪ ଜଣ ହୋମ୍ କ୍ବାରେଣ୍ଟାଇନରୁ ଓ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଚିହ୍ନଟ ହୋଇଥିବା ୬୭ ଜଣଙ୍କ ମଧ୍ୟରୁ ପୁରୀରୁ ସର୍ବାଧିକ ୧୬, ନୟାଗଡରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମ ଓ ବଲାଙ୍ଗୀର ଜିଲ୍ଲାରୁ ୭ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଅନୁଗୋଳରୁ ୬, ସୁନ୍ଦରଗଡ ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୩, କଟକ ଓ ମାଲକାନଗିରିରୁ ୨ ଜଣ ଲେଖାଏଁ , ଜଗତସିଂହପୁର, ଢେଙ୍କାନାଳ ଓ ନୂଆପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.