banner
Breaking

ରାଜ୍ୟରେ ପୁଣି ୭୬ ପଜିଟିଭ୍ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୧୫୯୩ କୁ ବୃଦ୍ଧି।

0

ଭୁବନେଶ୍ୱର,୨୭/୫(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ପୁଣି ୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ରାଜ୍ୟରୁ ଚିହ୍ନଟ ୭୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରେ ରହିଥିବା ବେଳେ ୨ ଜଣ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି ।
ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭ ଜଣ ମୃତ୍ୟୁ ବରଣ କରିଛନ୍ତି । ବର୍ତ୍ତମାନ ରାଜ୍ୟରେ ୮୫୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ଆଜି ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।
ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଝାଡଖଣ୍ଡରୁ ଏବଂ ଅନ୍ୟ ଜଣେ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।
ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ୬ ଜଣ ସୁରଟରୁ ଫେରିଥିବା ବେଳେ ଦୁଇ ଜଣ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।
ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ ସୁରଟରୁ ଫେରିଥିବା ବେଳେ ୩ ଜଣ ମହାରାଷ୍ଟ୍ରରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।
ମୟୁରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।
ସେହିପରି କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ ଗୁଜୁରାଟରୁ, ଦୁଇ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।
ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତଙ୍କ ମଧ୍ୟରୁ ଜଣେ ତାମିଲନାଡୁରୁ ଏବଂ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ । ଉଭୟ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୬ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ ମହାରାଷ୍ଟ୍ରରୁ, ୫ ଜଣ ପଶ୍ଚିମବଙ୍ଗରୁ, ଜଣେ ଆନ୍ଧ୍ରପ୍ରଦେଶ, ଜଣେ ଗୁଜୁରାଟରୁ ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ ।

ସେହିପରି ନୂଆପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩ ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ଗୁଜୁରାଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।
ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ମହାରାଷ୍ଟ୍ରରୁ ଏବଂ ଦୁଇ ଜଣ ପଶ୍ଚିମବଙ୍ଗରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

Khansweb Solution Bhubaneswar

Leave A Reply

Your email address will not be published.