banner
Breaking

ରାଜ୍ୟରେ ଆଜି ସର୍ବାଧିକ ୧୨୯ ପଜିଟିଭ୍ ଚିହ୍ନଟ।ଆକ୍ରାନ୍ତଙ୍କ ସ°ଖ୍ୟା ୧୯୪୮ କୁ ବୃଦ୍ଧି।

0

ଭୁବନେଶ୍ୱର,୩୧/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ଆଜି ସର୍ବାଧିକ ୧୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୧୯ଜଣ କ୍ବାରେଣ୍ଟାଇନରୁ ଓ ୧୦ ଜଣ ସ୍ଥାନୀୟ ଲୋକ।ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ସକାଳୁ ୧୯ଜିଲ୍ଲାରୁ ସର୍ବାଧିକ ୧୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କେନ୍ଦ୍ରାପଡ଼ାରେ ସର୍ବାଧିକ ୧୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଜପତି ୧୬, ନୂଆପଡ଼ା ୧୨, ବଲାଙ୍ଗୀର ୧୧, ଗଞ୍ଜାମରୁ ୧୦, ଯାଜପୁରରେ ୧୦, ଖୋର୍ଦ୍ଧାରେ ୭, ବାଲେଶ୍ୱର ୬, ସୁନ୍ଦରଗଡ଼ ୬, ମୟୁରଭଞ୍ଜ ୬, ବରଗଡ଼ ୬, କଟକ ୫, ପୁରୀ ୪, ଦେବଗଡ଼ ୪, କେନ୍ଦୁଝରରୁ ୩ ଓ ଜଗତସିଂହପୁର ଜିଲ୍ଲାରୁ ୨ଜଣ, ମାଲକାନଗିରି, ସମ୍ବଲପୁର ଓ ଢ଼େଙ୍କାନାଳରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

କେନ୍ଦ୍ରାପଡ଼ାରେ ଆଜିର ୧୮ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୪୦ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୪୯ଜଣ ଚିକିତ୍ସିତ ହେଉଛନ୍ତି । ଗଜପତିରେ ଆଜିର ୧୬ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି ।
ନୂଆପଡ଼ାରେ ଆଜିର ୧୨ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି ।
ବଲାଙ୍ଗୀରରେ ଆଜିର ୧୧ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୬ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୭୪ଜଣ ଚିକିତ୍ସିତ ହେଉଛନ୍ତି ।

ସେହିପରି ଗଞ୍ଜାମରେ ଆଜିର ୧୦ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧୪କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୩ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୩୧୮ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୯୩ଜଣ ଚିକିତ୍ସିତ ହେଉଛନ୍ତି ।
ଯାଜପୁରରେ ଆଜିର ୧୦ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬୯କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୧୭୪ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୯୫ଜଣ ଚିକିତ୍ସିତ ହେଉଛନ୍ତି ।

ଖୋର୍ଦ୍ଧାରେ ଆଜିର ୭ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୮କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୩ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୬୭ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୬୭ଜଣ ଚିକିତ୍ସିତ ହେଉଛନ୍ତି ।

ସେହିପରି ବାଲେଶ୍ୱର ଜିଲ୍ଲାରେ ଆଜିର ୬ଜଣଙ୍କୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୫୨କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୨୧ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୩୦ଜଣ ଚିକିତ୍ସିତ ହେଉଛନ୍ତି ।
ସୁନ୍ଦରଗଡ଼ରେ ଆଜିର ୬ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨୭ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୨୭ଜଣ ଚିକିତ୍ସିତ ହେଉଛନ୍ତି ।
ସେହିପରି ମୟୁରଭଞ୍ଜରେ ଆଜିର ୬ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୧ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୨ଜଣ ଚିକିତ୍ସିତ ହେଉଛନ୍ତି । ବରଗଡ଼ରେ ଆଜୀର ୬ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି ପାଇଛି ।
କଟକରେ ଆଜିର ୫ଜଣଙ୍କୁ ମିଶାଇ ଜିଲ୍ଲଏାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ଜଣେ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୩୫ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୬୪ଜଣ ଚିକିତ୍ସିତ ହେଉଛନ୍ତି ।
ପୁରୀରେ ଆଜିର ୪ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୧କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୪୪ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୪୭ଜଣ ଚିକିତ୍ସିତ ହେଉଛନ୍ତି ।
ସେହିପରି ଦେବଗଡ଼ରେ ଆଜିର ୪ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୨ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୩୦ଜଣ ଚିକିତ୍ସିତ ହେଉଛନ୍ତି ।
କେନ୍ଦୁଝରରେ ଆଜିର ୩ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୮ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୭ଜଣ ଚିକିତ୍ସିତ ହେଉଛନ୍ତି ।
ସେହିପରି ଜଗତସିଂହପୁରରେ ଆଜିର ୨ଜରଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୮କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨୮ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୪୦ଜଣ ଚିକିତ୍ସିତ ହେଉଛନ୍ତି ।
ମାଲକାନଗିରରେ ଆଜିର ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୨ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୮ଜଣ ଚିକିତ୍ସିତ ହେଉଛନ୍ତି । ସେହିପରି ସମ୍ବଲପୁରରେ ଆଜିର ଜଣଙ୍କୁ ମିଶାଇ ଜିଲ୍ଳାରେ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୩ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୬ଜଣ ଚିକିତ୍ସିତ ହେଉଛନ୍ତି । ସେହିପରି ଢ଼େଙ୍କାନାଳରେ ଆଜିର ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୮ଜଣ ଚିକିତ୍ସିତ ହେଉଛନ୍ତି ।

ବତ୍ତର୍ମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୭ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୧୦୫୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୮୮୯ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.