banner
Breaking

ଏଥର ମହାସମାରୋହରେ ପାଳିତ ହେବ ସମ୍ବିଧାନ ଦିବସ

0

ଭୁବନେଶ୍ୱର : ଭାରତୀୟ ସମ୍ବିଧାନ କାର୍ଯ୍ୟକାରୀ ହେବାର ଦିବସ ନଭେମ୍ବର ୨୬କୁ ସାରା ଦେଶରେ ସମ୍ବିଧାନ ଦିବସ ରୂପେ ପାଳନ ପାଇଁ ଜାତୀୟ ସ୍ତରରେ ନିଷ୍ପତ୍ତି ହୋଇଛି। ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ରାଜ୍ୟ ସରକାରଙ୍କୁ ପତ୍ର ଲେଖି ଜଣାଇଛନ୍ତି । ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ସରକାରୀ ଉଦ୍ୟୋଗ ବିଭାଗ ଅଧୀନ ସ୍କୁଲ, କଲେଜ, ସରକାରୀ ଉଦ୍ୟୋଗ ଓ ସ୍ବୟଂଶାସିତ ପ୍ରତିଷ୍ଠାନଗୁଡ଼ିକରେ ଏହି ସମ୍ବିଧାନ ଦିବସ ସ୍ବତନ୍ତ୍ର ଭାବେ ପାଳିତ ହେବ । ଏହି ଦିବସ ପାଳନ ସମୟରେ ଭାରତୀୟ ସମ୍ବିଧାନର ମୁଖବନ୍ଧକୁ ପାଠ କରାଯିବ । ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ, ମୁଖ୍ୟ ନିର୍ଦ୍ଦେଶାଳୟ ଏବଂ ଜିଲାପାଳମାନେ ଏହି ଦିବସକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରିବାକୁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି ।

Khansweb Solution Bhubaneswar

Leave A Reply

Your email address will not be published.