banner
Breaking

ଦୁର୍ନୀତିଗ୍ରସ୍ତ ୫ ଅଧିକାରୀଙ୍କ ବିଦା ହେଲେ

0

ଭୁବନେଶ୍ୱର,୮।୨(ବ୍ୟୁରୋ): ଜନପ୍ରିୟ ମୁଖ୍ୟମନ୍ତ୍ରୀ ସବୁବେଳେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇ ଆସିଛନ୍ତି।
ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ରାଜ୍ୟରେ ୫ ଜଣ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନତୀ ଓ ଅପାରଗତା ପାଇଁ ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଅବସର ନେଇଥିବା ଅଧିକାରୀମାନେ ହେଲେ ବରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସ, ବାଲିକୁଦା ବ୍ଲକ୍‌ ସିଡିପିଓ ସରଳା ଦେଇ, ବାଲିକୁଦା ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁ, ଅନୁଗୋଳ ପିଟିସି ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରା ଏବଂ କେନ୍ଦୁଝର ସଦର ତହସିଲ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କୁ ଅବସର ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.