banner
Breaking

ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ ଗିରଫ

0

ଭୁବନେଶ୍ୱର, ୧।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ରବିବାର ଗିରଫ ହୋଇଛନ୍ତି। ତିଲେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଏ ନେଇ ଦେବଗଡ଼ ଏସ୍‌ଡିପିଓ ସୂଚନା ଦେଇଛନ୍ତି। ବିଧାୟକଙ୍କୁ ଭୁବନେଶ୍ୱର କ୍ୱାର୍ଟର୍ସରୁ ଦେବଗଡ଼ ପୋଲିସ ଗିରଫ କରିଛି। ବିଧାୟକଙ୍କ ସମେତ ୨ ଜଣ ସହଯୋଗୀଙ୍କୁ ମଧ୍ୟ ପୋଲିସ ଗିରଫ କରିଛି।
ସୂଚନାନୁସାରେ, ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ଶନିବାର ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ସମର୍ଥକଙ୍କ ସହିତ ମିଶି ସଂଘବଦ୍ଧ ଆକ୍ରମଣ କରିଥିଲେ। ଆକ୍ରମଣରେ ବିଡିଓ ଦଳପତି ଗୁରୁତର ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ବିଡିଓ ଦଳପତି ଏ ନେଇ ଦେବଗଡ଼ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରିଥିଲା।

Khansweb Solution Bhubaneswar

Leave A Reply

Your email address will not be published.