banner
Breaking

ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ୍ ତଦନ୍ତ ନିର୍ଦ୍ଦେଶ

0

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ। ଡିଏସ୍‌ପି ବିଜୟ ମଲ୍ଲିକଙ୍କ ନେତୃତ୍ୱରେ ୧୦ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ଗଠନ କରାଯିବ। ଏହି ଟିମ୍‌ରେ ସାଇବର ଏକ୍ସପର୍ଟ ଏବଂ ଫୋରେନସିକ ଏକ୍ସପଟ ରହିବେ।

ମଙ୍ଗଳବାର ବଲାଙ୍ଗୀର ଜିଲା ଅନ୍ତର୍ଗତ କଣ୍ଟାବାଞ୍ଜି ଜେଲ୍‌ ଶୌଚାଳୟରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଗୋବିନ୍ଦ । ତାଙ୍କୁ ଗୁରୁତର ଅବସ୍ଥାରେ ଜେଲ୍‌ କର୍ତ୍ତୃପକ୍ଷ ଉଦ୍ଧାର କରି କଣ୍ଟାବାଞ୍ଜି ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Khansweb Solution Bhubaneswar

Leave A Reply

Your email address will not be published.