banner
Breaking

କାଲି ସ୍ପଷ୍ଟ ହେବ ବାତ୍ୟାର ଚିତ୍ର

0

ଭୁବନେଶ୍ୱର,୫।୫(ବ୍ୟୁରୋ): ବାତ୍ୟା ହେବ କି ନାହିଁ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ଜଣାପଡ଼ିବ। ଏବେ ଲୋକଙ୍କୁ ଭୟଭୀତ ହେବା କିମ୍ବା ଆତଙ୍କିତ ହେବାର ଆବଶ୍ୟକ ନାହିଁ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଘୂର୍ଣ୍ଣିବଳୟଟି ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ରହିଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ୮ ତାରିଖ ଭିତରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତାକାଲି ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ଓଡ଼ିଶାଠାରୁ ବହୁତ ଦୂରରେ ଥିବାରୁ ଏବେ ତାହାର ପ୍ରଭାବ ଓଡ଼ିଶା ଉପରେ ନାହିଁ । ତେବେ ଓଡ଼ିଶାରେ ହେଉଥିବା ବର୍ଷା କାଳବୈଶାଖୀଜନିତ ବୋଲି ଆଇଏମ୍‌ଡି ଡିଜିକହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.