banner
Breaking

ଉପକୂଳ ଛୁଇଁବ ନାହିଁ ବାତ୍ୟା, କିନ୍ତୁ ପ୍ରବଳ ବର୍ଷାର ସମ୍ଭାବନା

0

ଭୁବନେଶ୍ୱର,୭।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପୁରୀ ଠାରୁ ପ୍ରାୟ ୧୩୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ରବିବାର ଗଭୀର ଅବପାତରେ ପରିଣତ ହେବା ପରେ ବାତ୍ୟାର ରୂପ ନେଇପାରେ। ସମ୍ଭାବ୍ୟ ବାତ୍ୟା ଉତ୍ତରପଶ୍ଚିମ ଦିଗରେ ଗତି କରି ୧୦ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଓ ଉପକୂଳରେ ପହଞ୍ଚିବ। ଏହା ପରେ ଏହା ଦିଗ ପରିବର୍ତ୍ତନ କରିବ।

ତେବେ ବାତ୍ୟା ଲ୍ୟାଣ୍ଡଫଲ କରିବ ନାହିଁ ବୋଲି ପୂର୍ବରୁ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ(ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥଳଭାଗ ନ ଛୁଇଁଲେ ବି ଏହାର ପ୍ରଭାବରେ ୧୦ ତାରିଖ ସନ୍ଧ୍ୟାରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବ। ଏଥିନେଇ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ମେ’ ୧୦ ତାରିଖ ସକାଳ ସୁଦ୍ଧା ଫେରି ଆସିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.