banner
Breaking

ବାତ୍ୟା ଅସାନୀ ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା

0

ଭୁବନେଶ୍ୱର,୯ା୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୭୪୦ କିଲୋମିଟର ଦୂର ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୨୧ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଗଭୀର ଅବପାତ ପରେ ରବିବାର ଏହା ବାତ୍ୟାର ରୂପ ନେଇଥିଲା। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ସମୁଦ୍ରରେ ଯେତେ ବଳ ଗୋଟାଇଲେ ବି ଏହା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ନାହିଁ। ୧୦ ତାରିଖରେ ଏହା ବଙ୍ଗୋପସାଗରର ପଶ୍ଚିମରେ କେନ୍ଦ୍ରୀଭୂତ ହେବ ପରେ କ୍ରମଶଃ ଉତ୍ତର ଉତ୍ତର-ପୂର୍ବ ଦିଗରେ ଗତି କରିବ।

ବାତ୍ୟାର ପ୍ରଭାବରେ ଉପକୂଳ ଅଞ୍ଚଳରେ ଅତି ବେଶିରେ ୪୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି। ସେହିପରି ଏସ୍‌ଆର୍‌ସି ପ୍ରଦୀପ ଜେନା କହିଛନ୍ତି, ଓଡ଼ିଶା ଉପରେ ବାତ୍ୟା ‘ଅସାନି’ର ବିଶେଷ ବିପଦ ନାହିଁ। କାରଣ ଏହା ପୁରୀରୁ ୧୦୦ କିଲୋମିଟର ଦୂରରେ ଯିବ। ଏହି ସମୟରେ ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୫୦ କିଲୋମିଟର ରହିପାରେ।

ଏଥିସହିତ ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Khansweb Solution Bhubaneswar

Leave A Reply

Your email address will not be published.