ନୂଆଦିଲ୍ଲୀ,୧୦/୧୧(ଓଡ଼ିଆ ନ୍ୟୁଜ) : ଦିଲ୍ଲୀରେ ଓଡ଼ିଶାକୁ ମିଳିବାକୁ ଥିବା କେନ୍ଦ୍ରୀୟ ଅନୁଦାନର ସ୍ଥିତି ବିଷୟରେ ଶନିବାର ଦିନ ସ୍ଥାନୀୟ ୩ ଏ ପି ଜେ ଅଦବୁଲ କାଲାମ ରୋଡ଼ସ୍ଥିତ ବାସଭବନରେ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟଳୟ ଅଧିକାରୀଙ୍କ ସହ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସମୀକ୍ଷା କରିଥିଲେ। ଉପସ୍ଥିତ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ ଯେ କେନ୍ଦ୍ରୀୟ ଯୋଜନା ବାବଦରେ ୭ ନଭେମ୍ବର ୨୦୧୯ ସୁଦ୍ଧା ଓଡ଼ିଶା ୭,୫୪୪ କୋଟି ରାଶି ପାଇବ। କେବଳ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ମନେରଗା, ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା, ଏନଏସଏପି ଆଦି କେନ୍ଦ୍ରୀୟ ଯୋଜନା ବାବଦରେ ୬ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ମିଳିବାର ସମ୍ଭାବନା ରହିଛି। ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରାଳୟ ଓ ରାଜ୍ୟ ସରକାରଙ୍କ ବିଭାଗ ସହ ସମନ୍ୱୟ ରଖି କେନ୍ଦ୍ରୀୟ ପାଣ୍ଠି ଶ୍ରୀଘ୍ର ଆଣିବା ନିମନ୍ତେ ଉଦ୍ୟମ କରିବାକୁ ଉପସ୍ଥିତ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦେଶ ଦେଇଥ୍ôଲେ। ଏଥିସହ କେନ୍ଦ୍ରୀୟ ଅନୁଦାନ ପାଇଁ ନିରନ୍ତର ଉଦ୍ୟମ ଜାରି ରଖିବାକୁ ଦିଲ୍ଲୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଧିକାରୀଙ୍କୁ କହିଥିଲେ। ସେହିପରି ପ୍ରଶାସନିକ ବ୍ୟବସ୍ଥାରେ ଅଧିକ ସ୍ୱଚ୍ଛତା ଓ ପାରଦର୍ଶିତା ଆଣିବାକୁ ରାଜ୍ୟ ସରକାରଙ୍କ ୫ଟି ଯୋଜନାକୁ ସଫଳତାର ସହ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବୈଠକରେ ଗୁରୁତ୍ୱ ଆରୋପ କରିଥିଲେ।
Breaking
ଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟି
