banner
Breaking

ଜାନୁୟାରୀ ୩ ରୁ ଖୋଲିବ ସ୍କୁଲ

0

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଜାନୁୟାରୀ ୩ରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ସ୍କୁଲ। ସାରା ରାଜ୍ୟରେ ଥିବା ପ୍ରାୟ ୨୭,୦୦୦ ପ୍ରାଥମିକ ବିଦ୍ୟାଳୟକୁ ଖୋଲିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ରୁ ୮ପର୍ଯ୍ୟନ୍ତ ସମେଟିଭ୍‌-୧ ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ ଜାନୁୟାରୀ ୧୦ଠାରୁ ଖୋଲିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମଧ୍ୟାହ୍ନ ଭୋଜନ ନିମିତ୍ତ ଉଦ୍ଦିଷ୍ଟ ମଧ୍ୟାନ୍ତର ବିନା ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ ୯ଘଟିକା ଠାରୁ ମଧ୍ୟାହ୍ନ ୧୨ଘଟିକା ପର୍ଯ୍ୟନ୍ତ ଖୋଲା ରହିବ। ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଡ୍ରାଏ ରାଶନ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ଜାରି ରହିବ। ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ ଏସ୍‌ଓପି ବିଭାଗ ଦାରା ସୂଚିତ କରାଯିବ ବୋଲି ମଙ୍ଗଳବାର ସ୍କୁଲ ଓ ଗଣାଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରକାଶ କରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.