ଭୁବନେଶ୍ୱର,୨୮ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଜୋର୍ ଧରିଥିବାବେଳେ ସରକାରୀ ଓ ସ୍ବାୟତ୍ତ ସଂସ୍ଥାର କର୍ମଚାରୀମାନଙ୍କୁ ନିରପେକ୍ଷ ରହିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ନଚେତ୍ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ ଅନୁସାରେ ଚାକିରି ହରାଇବାକୁ ପଡିବ ବୋଲି ମୁଖ୍ୟ ଶାସନ ସଚିବ ସତର୍କ କରାଇ ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟ ପୋଲିସ ଡିଜି, ସମସ୍ତ ବିଭାଗର ସଚିବ, ଆର୍ଡିସି ଓ ଜିଲାପାଳମାନଙ୍କୁ ଚିଠି ଲେଖି ରାଜ୍ୟରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ବିଭିନ୍ନ ଉଦ୍ୟୋଗ, ନିଗମ ସ୍ବାୟତ୍ତ ସଂସ୍ଥା, ସମବାୟ ସଂସ୍ଥାର କର୍ମଚାରୀମାନେ ଯେଭଳି ପଞ୍ଚାୟତ ନିର୍ବାଚନରେ ନିରପେକ୍ଷ ରହିବେ ସେଥିପାଇଁ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ ପରାମର୍ଶ ଦେଇଛନ୍ତି। ଏଥିସହ ପକ୍ଷପାତିତା ଅଭିଯୋଗ ଆସିଲେ ପୋଲିସ ତୁରନ୍ତ ମାମଲା ରୁଜୁ କରି କାର୍ଯ୍ୟାନୁଷ୍ଠାନ ସୁନିଶ୍ଚିତ କରିବାକୁ କହିଛନ୍ତି। ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ ଅନୁସାରେ ସରକାରୀ କର୍ମଚାରୀ ଅବା ସ୍ବାୟତ୍ତ ସଂସ୍ଥାରେ କାର୍ଯ୍ୟରତ ବ୍ୟକ୍ତି ନିର୍ବାଚନକୁ ପ୍ରଭାବିତ କରିବା ଭଳି କୌଣସି କାର୍ଯ୍ୟ କରିପାରିବେ ନାହିଁ। ଯଦି ସେ କୌଣସି ପ୍ରାର୍ଥୀଙ୍କ ସପକ୍ଷରେ ଏଭଳି କରନ୍ତି ଅବା ଭୋଟରଙ୍କୁ ପ୍ରଭାବିତ କରନ୍ତି, ତାଙ୍କୁ ନିଜ ଚାକିରି ହରାଇବାକୁ ପଡିବ। ଏହାଛଡ଼ା ସରକାରୀ ଗାଡି, ପ୍ରଶାସନିକ କଳ ଓ କର୍ମଚାରୀମାନେ ଯେଭଳି କୌଣସି ପ୍ରାର୍ଥୀ ଅବା ଦଳକୁ ସୁହାଇବା ଭଳି କାର୍ଯ୍ୟରେ ଉପଯୋଗ ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ସରିବା ପର୍ଯ୍ୟନ୍ତ ସରକାରଙ୍କ ସଫଳତା କହୁଥିବା କୌଣସି ବିଜ୍ଞାପନ ସରକାରୀ ପାଣ୍ଠିରୁ ପ୍ରଦାନ କରାଯାଇପାରିବ ନାହିଁ। ପଞ୍ଚାୟତ ନିର୍ବାଚନରେ ସମ୍ପୂର୍ଣ୍ଣ ନିରପେକ୍ଷ ହୋଇ କାମ କରିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
