banner
Breaking

କୋହଳ ହେଲା ପଞ୍ଚାୟତ ନିର୍ବାଚନ କଟକଣା

0

ଭୁବନେଶ୍ୱର,୭/୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କଟକଣା କୋହଳ ନେଇ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି । ନିର୍ବାଚନ କମିଶନ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପାଇଁ ନୂଆ ଗାଇଡଲାଇନ୍ ଅଣାଯାଇଛି । ଏଣିକି ୨୦ ଜଣକୁ ନେଇ ଘରକୁ ଘର ବୁଲି ପ୍ରଚାର କରାଯାଇପାରିବ । ଏହାସହ ରାଜନୈତିକ ସଭାକୁ ଅନୁମତି ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର । ତେବେ ୩ ଶହ ଜଣଙ୍କୁ ନେଇ ରାଜନୈତିକ ସଭା କରାଯାଇପାରିବ । ଏଥିସହିତ କୋଭିଡ୍ ଗାଇଡଲାଇନ୍ କୁ କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି । ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଛି । ତେବେ ପୂର୍ବପରି ବାଇକ୍ ରାଲି ଓ ପଦଯାତ୍ରା ଉପରେ କଟକଣା ବଳବତ୍ତର ରଖାଯାଇଛି ।

Khansweb Solution Bhubaneswar

Leave A Reply

Your email address will not be published.