banner
Breaking

ଖୁବଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ

0

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ଯେକୌଣସି ମୁହୂର୍ତ୍ତରେ ପୌର ନିର୍ବାଚନ ଘୋଷଣା ହୋଇପାରେ। ଏଥିପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛନ୍ତି। ବୁଧବାର ଏ ନେଇ ରାଜ୍ୟ ସରକାର ରାଜ୍ୟ ନିର୍ବାଚନ କମିଶନରଙ୍କୁ ଅବଗତ କରାଇଛନ୍ତି । ଏଥିସହିତ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୩ ମହାନଗର ନିଗମ ଓ ୧୦୭ ପୌରାଞ୍ଚଳରେ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଛି । କଟକ, ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମ ସହ ୧୦୭ ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ସକାଶେ ସମସ୍ତ ଜିଲାରୁ ବଛା ବଛା ମାଷ୍ଟର ଟ୍ରେନରମାନଙ୍କର ୨ ଦିନିଆ ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ ଶେଷ ହୋଇଛି । ପୌର ନିର୍ବାଚନ ପାଇଁ ୱାର୍ଡ ପୁନର୍ଗଠନ, ବୁଥ୍‌ ଓ ଭୋଟର ତାଲିକା ପ୍ରସ୍ତୁତି ଇତ୍ୟାଦି କାର୍ଯ୍ୟକୁ କମିଶନର ଅନୁମୋଦନ କରିସାରିଛନ୍ତି । ପୌର ନିର୍ବାଚନ ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା କମିଶନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.