banner
Breaking

ପଞ୍ଚାୟତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ।

0

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଶୃଙ୍ଖଳିତ ଓ ତ୍ରୁଟିମୁକ୍ତ କରିବାକୁ ଶନିବାର ସର୍ବଦଳୀୟ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ୪ ପ୍ରସ୍ତାବ ଉପସ୍ଥାପନ ହୋଇଛି। ଚଳିତ ପଞ୍ଚାୟତ ନିର୍ବାଚନକୁ ମଦମୁକ୍ତ କରିବା ସହ ଭୋଟର ତାଲିକାକୁ ତ୍ରୁଟିଶୂନ୍ୟ କରିବାକୁ ବୈଠକରେ ପ୍ରସ୍ତାବ ଦିଆଯାଇଛି। ନିର୍ବାଚନର ୭ ଦିନ ପୂର୍ବରୁ ମଦ ବିକ୍ରିକୁ ବନ୍ଦ କରିବାକୁ ପ୍ରସ୍ତାବ ଦିଆଯାଇଛି। ସର୍ବଦଳୀୟ ବୈଠକ ପରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ଆଲୋଚନା କରିଛନ୍ତି।
ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ରାଶିକୁ ବଢ଼ାଇବା ସହ ଭୋଟିଂ ସମୟକୁ ବଢ଼ାଯିବା ଦିଗରେ ଗୁରୁତ୍ୱ ଦିଆଯାଇଛି। ସର୍ବଦଳୀୟ ବୈଠକରେ ଭୋଟଦାନ ଅବଧି ଆଉ ୨ ଘଣ୍ଟା ବୃଦ୍ଧି କରିବାକୁ ପ୍ରସ୍ତାବ ଦିଆଯାଇଛି। ସରପଞ୍ଚ ଓ ସମିତିସଭ୍ୟଙ୍କ ନିର୍ବାଚନୀ ଖର୍ଚ୍ଚ ବୃଦ୍ଧି ପାଇଁ ମଧ୍ୟ ପ୍ରସ୍ତାବ ରଖାଯାଇଛି। ପୂର୍ବରୁ ଥିବା ୮୦ ହଜାରକୁ ୨ ଲକ୍ଷ ଟଙ୍କା କରାଯିବାକୁ ପ୍ରସ୍ତାବ ଦିଆଯାଇଛି। ସେହିପରି ଜିଲା ପରିଷଦ ସଭ୍ୟଙ୍କ ଖର୍ଚ୍ଚ ୨ ଲକ୍ଷରୁ ୫ ଲକ୍ଷକୁ ବୃଦ୍ଧି ପ୍ରସ୍ତାବ ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.