banner
Breaking

୭,୮,୯ ରେ ଡେପୁଟି ମେୟର ପାଇଁ ନିର୍ବାଚନ

0

ଭୁବନେଶ୍ୱର,୫।୪(ବ୍ୟୁରୋ):୧୦୫ ପୌରସଂସ୍ଥାର ଉପାଧ୍ୟକ୍ଷ ଓ ୩ ମହାନଗର ନିଗମର ଡେପୁଟି ମେୟର ପଦବୀ ନିମନ୍ତେ ଚଳିତ ମାସ ୭ ତାରିଖରେ ପରୋକ୍ଷ ଭାବେ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ସୋମବାର ଏ ସମ୍ପର୍କରେ ସବୁ ଜିଲାପାଳ ଓ ସମ୍ପୃକ୍ତ ନିର୍ବାଚନ ଅଧିକାରୀଙ୍କୁ ଅବଗତ କରାଇଛନ୍ତି ା ସରକାରଙ୍କ ନୂତନ ନିୟମ ଅନୁସାରେ ପୌରସଂସ୍ଥା ଉପାଧ୍ୟକ୍ଷ ଓ ମହାନଗର ନିଗମର ଡେପୁଟି ମେୟର ପଦବୀ ନିର୍ବାଚନ ପାଇଁ ପ୍ରତ୍ୟେକ ରାଜନୈତିକ ଦଳ ସେମାନଙ୍କ ଜଣେ ପ୍ରାଧିକୃତ ପ୍ରତିନିଧିଙ୍କୁ ନିଯୁକ୍ତ କରିବେ।
ଦଳର ସଭ୍ୟମାନେ ଉପାଧ୍ୟକ୍ଷ/ଡେପୁଟି ମେୟର ନିର୍ବାଚନରେ ଭୋଟଦେଇ ସେହି ଦଳର ପ୍ରାଧିକୃତ ପ୍ରତିନିଧିଙ୍କୁ ଦେଖାଇ ଭୋଟ ବାକ୍ସରେ ପକାଇବେ। ପୌରସଂସ୍ଥାର ଉପାଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ସୂଚୀ ମଧ୍ୟ ପ୍ରକାଶ ପାଇଛି। ୭ ତାରିଖ ସକାଳ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ପତ୍ର ଦାଖଲ। ସେହିଦିନ ୧୧ଟାରୁ ୧୨ଟା ମଧ୍ୟାହ୍ନ ସୁଦ୍ଧା ନାମାଙ୍କନ ପତ୍ର ଯାଞ୍ଚ ଏବଂ ଦିନ ୧ଟା ପୂର୍ବରୁ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରାଯିବ। ସେହିଦିନ ୧.୩୦ମି.ରୁ ୩.୩୦ ମି. ଭୋଟ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ମତଦାନ ଚାଲିବ। ମତଦାନ ପରେ ସେହିଦିନ ଭୋଟଗଣତି ଏବଂ ଏହାପରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ପାଇଛି ା ତିନୋଟି ମହାନଗର ନିଗମର ଡେପୁଟି ମେୟର ପଦବୀ ନିମନ୍ତେ ଆସନ୍ତା ୭, ୮ ଓ ୯ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ ା କଟକ ମହାନଗର ନିଗମ(ସିଏମ୍‌ସି) ଡେପୁଟି ମେୟର ନିର୍ବାଚନ ୭, ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ପାଇଁ ୮ ଏବଂ ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଡେପୁଟି ମେୟର ନିର୍ବାଚନ ୯ ତାରିଖରେ ଅନୁଷ୍ଠିତ ହେବ ା ରାଜ୍ୟ ମ୍ୟୁନିସିପାଲିଟି ପ୍ରଶାସନର ନିର୍ଦ୍ଦେଶକଙ୍କୁ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି ା ଡେପୁଟି ମେୟର ଭୋଟ୍‌ ପାଇଁ ମଧ୍ୟ ନିର୍ବାଚନ ସୂଚୀ ପ୍ରକାଶ କରାଯାଇଛି। ନିର୍ବାଚନ ଦିନ ସକାଳ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ପତ୍ର ଦାଖଲ,୧୧ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ଦିନ ୧ଟା ମଧ୍ୟରେ ନାମାଙ୍କନ ପତ୍ର ପ୍ରତ୍ୟାହାର ଓ ସେହିଦିନ ୧.୩୦ମି.ରୁ ମତଦାନ ହେବ। ଏହାପରେ ଭୋଟଗଣତି ସହିତ ସେହିଦିନ ନିର୍ବାଚନ ଫଳାଫଳ ଘୋଷଣା କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ପାଇଛି।

Khansweb Solution Bhubaneswar

Leave A Reply

Your email address will not be published.