banner
Breaking

ଝାରସୁଗୁଡ଼ା ଉପନିର୍ବାଚନରେ ଜଣଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର

0

ଭୁବନେଶ୍ୱର : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ଥିଲା ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ତାରିଖ। ତେବେ ନାମାଙ୍କନ ପତ୍ର ଦାଖଲ କରିଥିବା ୧୦ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ସୋମବାର ଜଣେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେଇଛନ୍ତି। ଭୁବନେଶ୍ୱର ଗର୍ତିଆ ନାମକ ଜଣେ ପ୍ରାର୍ଥୀ ତାଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେବାରୁ ୯ ଜଣ ନିର୍ବାଚନ ଲଢ଼ିବା ନେଇ ସ୍ପଷ୍ଟ ହୋଇଛି।
ତେବେ ବିଜେଡିରୁ ଦୀପାଳି ଦାସ, ଭାଜପାରୁ ଟଙ୍କଧର ତ୍ରିପାଠୀ, କଂଗ୍ରେସରୁ ତରୁଣ ପାଣ୍ଡେ, ପ୍ରଗତି ଦଳର ଜନ୍ମା ରୋହିଦାସ, ଓଡ଼ିଶା ଜନତା ପାର୍ଟିର ମନୀଷ ଶର୍ମା, କଳିଙ୍ଗ ସେନାର ମହିନ୍ଦ୍ର ପଟ୍ଟନାୟକ, ସ୍ବାଧୀନ ପ୍ରାର୍ଥୀ ବିଜୟ କୁମାର ଜାଳାନ, ମହେନ୍ଦ୍ର ଲୁହା ଓ ଜ୍ଞାନେନ୍ଦ୍ର ବେହେରା ପ୍ରମୁଖ ଝାରସୁଗୁଡ଼ା ଉପନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ବୋଲି ସ୍ପଷ୍ଟ ହୋଇଛି।

Khansweb Solution Bhubaneswar

Leave A Reply

Your email address will not be published.