ଝାରସୁଗୁଡ଼ା ଉପନିର୍ବାଚନରେ ସବୁ ବୁଥରେ ଓ୍ବେବକାଷ୍ଟି° ହେବ
ଭୁବନେଶ୍ୱର : ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଏକ ବିଶେଷ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ପ୍ରଥମଥର ପାଇଁ ସବୁ ବୁଥ୍ରେ ଓ୍ବେବ୍କାଷ୍ଟିଂ ହେବ। ଝାରସୁଗୁଡ଼ା ଉପନିର୍ବାଚନରେ ଏହା କରାଯିବ, ଯାହା ନିର୍ବାଚନ ଅଧିକାରୀ ସିଧାସଳଖ ଦେଖିପାରିବେ।
ସେ ଆହୁରି ମଧ୍ୟ କହିଛନ୍ତି, ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ୪୦ ପ୍ରତିଶତ ସମ୍ବେଦନଶୀଳ ବୁଥ୍ ରହିଛି। ଆଇନଶୃଙ୍ଖଳା ପରିସ୍ଥିତି ଠିକ୍ ଅଛି। ଦୁଇଟି ରାଜନୈତିକ ଦଳଠାରୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ମିଳିଛି। ଝାରସୁଗୁଡ଼ା ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ସହ ଆଲୋଚନା କରାଯାଉଛି।

**mitolyn official**
Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.