banner
Breaking

ଓଡ଼ିଶାର ୨ଟି ଉପନିର୍ବାଚନ ପାଇଁ ଆସିଲା ଗାଇଡଲାଇନ।

0

ଭୁବନେଶ୍ୱର,୧୬/୯(ଓଡ଼ିଆ ନ୍ୟୁଜ): ଓଡ଼ିଶାର ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ ପ୍ରାର୍ଥୀଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ଜରିଆରେ ସୂଚନା ଦେବେ । ଏ ସମ୍ପର୍କରେ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
ମାର୍ଗଦର୍ଶିକା ଅନୁସାରେ ପାଇଁ ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ନାମାଙ୍କନପତ୍ର ପ୍ରତ୍ୟାହାରର ପ୍ରଥମ ଚାରିଦିନ ମଧ୍ୟରେ ପ୍ରଥମ ସୂଚନା ଦେବେ।   ନାମାଙ୍କନପତ୍ର ପ୍ରାତ୍ୟାହାରର ପଞ୍ଚମରୁ ଅଷ୍ଟମ ଦିନ ମଧ୍ୟରେ ଦ୍ବିତୀୟ ଏବଂ ନାମାଙ୍କନପତ୍ର ପ୍ରତ୍ୟାହାରର ନବମ ଦିନଠାରୁ ନିର୍ବାଚନ ପ୍ରଚାରର ଶେଷ ଦିନ ମଧ୍ୟରେ ଅର୍ଥାତ ଭୋଟ ଗ୍ରହଣର ଦୁଇଦିନ ପୂର୍ବରୁ ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି ପ୍ରକାଶ କରାଇବେ । ଉଭୟ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମରେ ପ୍ରାର୍ଥୀମାନେ ସେମାନଙ୍କର ଅପରାଧ ସମ୍ପର୍କରେ ଲୋକଙ୍କୁ ଅବଗତ କରିବେ ।

Khansweb Solution Bhubaneswar

Leave A Reply

Your email address will not be published.