banner
Breaking

ଜାନୁଆରୀ ୨୦ରୁ କୃଷି ଓଡିଶା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।

0

ଭୁବନେଶ୍ବର,୧୭/୧(ଓଡ଼ିଆ ନ୍ୟୁଜ): ଜାନୁଆରୀ ୨୦ତାରିଖରୁ କୃଷି ଓଡ଼ିଶା-୨୦୨୦ ଅନୁଷ୍ଠିତ ହେବକୁ ଯାଉଛି। ଜାନୁଆରୀ ୨୦ରୁ ଭୁବନେଶ୍ୱରର ଜନତା ମଇଦାନରେ କୃଷି ଓଡ଼ିଶା-୨୦୨୦ ଆରମ୍ଭ ହୋଇ ୨୪ ପର୍ୟ୍ୟନ୍ତ ଚାଲିବ । ଏହି କାର୍ଯ୍ୟକ୍ରମକୁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ଏଥିପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ଭୁବନେଶ୍ୱର ଜନତା ମଇଦାନରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ପାଞ୍ଚ ଦିନିଆ କାର୍ଯ୍ୟକ୍ରମ ସମ୍ପର୍କରେ ମନ୍ତ୍ରୀ ଡକ୍ଟର ଅରୁଣ ସାହୁ ସୂଚନା ଦେଇଥିଲେ। ଫିକି ସହଯୋଗିତାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ କୃଷି ଓଡ଼ିଶା ଆୟୋଜନ କରାଯାଉଛି। ଚଳିତ ବର୍ଷ କୃଷି ଓଡ଼ିଶାରେ ୨୨୮ଟି ଷ୍ଟଲ ରହିବ। ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ପ୍ରାୟ ୧୧୨ଟି କମ୍ପାନି ଭାଗ ନେବେ। ଏହି ଷ୍ଟଲଗୁଡ଼ିକରେ କୃଷି ଓ କୃଷକଙ୍କ ସଶକ୍ତିକରଣର ଚିତ୍ର ଦେଖିବାକୁ ମିଳିବ।କୃଷିକ୍ଷେତ୍ର ଉପଯୋଗୀ ନୂତନ ଜ୍ଞାନ କୌଶଳ ଓ କୃଷି ପ୍ରଣାଳୀ ସହିତ ଓଡ଼ିଶାର ଚାଷୀମାନଙ୍କୁ ପରିଚିତ କରାଇବା ନିମନ୍ତେ ପ୍ରତିଦିନ ଆଲୋଚନାଚକ୍ର ଆୟୋଜନ କରାଯିବ। ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏଁ ଏହି ଆଲୋଚନାଚକ୍ର ଅନୁଷ୍ଠିତ ହେବ। ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟ ଅନୁଷ୍ଠାନର ନାମୀ କୃଷି ବିଜ୍ଞାନୀ, କୃଷି ବିଶେଷଜ୍ଞ, କୃଷି ଅଧିକାରୀ ଓ ରାଜ୍ୟ ସରକାରଙ୍କର ବରିଷ୍ଠ ଅଧିକାରୀମାନେ ଯୋଗଦେବେ।

ଚଳିତବର୍ଷ କୃଷି କ୍ଷେତ୍ରରେ ସମବାୟ ଓ ବାଣିଜ୍ୟିକ ବ୍ୟାଙ୍କ, ପଞ୍ଚାୟତ ଜନପ୍ରତିନିଧି ଓ ମହିଳାମାନଙ୍କ ଭୂମିକାକୁ ଗୁରୁତ୍ୱ ପ୍ରଦାନ କରାଯାଇ ୨୧ତାରିଖକୁ ସମବାୟ ଓ ବ୍ୟାଙ୍କିଙ୍ଗ୍ ଦିବସ, ୨୨ତାରିଖକୁ ଞ୍ଚାୟତିରାଜ ଜନପ୍ରତିନିଧି ଦିବସ, ୨୩ତାରିଖକୁ ମହିଳା ଦିବସ ଭାବେ ରଖାଯାଇଛି। ୨୨ତାରିଖରେ ରାଜ୍ୟର ବ୍ୟାଙ୍କ ଅଧିକାରୀମାନଙ୍କର ଏକ ସ୍ୱତନ୍ତ୍ର ଅଧିବେଶନର ଆୟୋଜନ କରାଯାଇଛି । ଏଥିରେ ପ୍ରାୟ ୫୦୦ ବ୍ୟାଙ୍କ ଅଧିକାରୀ ଯୋଗ ଦେବେ ବୋଲି ମନ୍ତ୍ରୀ ଡକ୍ଟର ଅରୁଣ ସାହୁ ସୂଚନା ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.