banner
Breaking

ନିଖୁଣ ଅଭିନୟ ପାଇଁ ସେ ଚିରସ୍ମରଣୀୟ ରହିବେ : ମୁଖ୍ୟମନ୍ତ୍ରୀ

1

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ାଙ୍କ ପରଲୋକ ହୋଇଛି। ଶୁକ୍ରବାର ମଧ୍ୟାହ୍ନରେ ଭୁବନେଶ୍ୱର ପ୍ରାଚୀ ବିହାରସ୍ଥିତ ଘରୁ ତାଙ୍କର ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ରାଇମୋହନ ଆତ୍ମହତ୍ୟା କରିଥିବା ବେଳେ କେଉଁ କାରଣ ପାଇଁ ସେ ଏଭଳି ପଦକ୍ଷେପ ନେଲେ ତାହା ସ୍ପଷ୍ଟ ହୋଇନାହିଁ। ତାଙ୍କ ମୃତ୍ୟୁକୁ ନେଇ ସବୁଠି ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ରାଇମୋହନଙ୍କ ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ‘ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି’।

Khansweb Solution Bhubaneswar
1 Comment
  1. mitolyn reviews says

    **mitolyn reviews**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.