banner
Breaking

କୋଭିଡ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ୧୪ ମୃତ।

0

ଗୁଜୁରାଟ,୧/୫ : କରୋନା ମହାମାରୀ ବଢିବଢି ଚାଲିଥିବା ବେଳେ ଗୁଜରାଟର ଭାରୁଚରେ ଥିବା ଏକ କୋଭିଡ କେୟାର ସେଣ୍ଟରରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଅତି କମରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ଜଣାପଡିଛି । ଭାରୁଚର ପଟେଲ ୱେଲଫେୟାର ହସ୍ପିଟାଲରେ ରାତି ପ୍ରାୟ ୧୨.୩୦ ସମୟରେ ଏହି ଅଗ୍ନିକାଣ୍ଡ ହୋଇଥିଲା । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିଲେ ।

ତେବେ ଭାରୁଚ ଏସପି ରାଜେନ୍ଦ୍ର ସିଂ ଚୁଡାସମା କହିଛନ୍ତି ଯେ, ଆଇସିୟୁ ୱାର୍ଡରେ ସର୍ଟ ସର୍କିଟ ଥିବାରୁ ଡାକ୍ତରଖାନାରେ ଅଗ୍ନିକାଣ୍ଡ ହୋଇଥିଲା । ଖବର ପାଇବା ମାତ୍ରେ ୧୦ ଟି ଅଗ୍ନିଶମ ବାହିନୀକୁ ତୁରନ୍ତ ଘଟଣାସ୍ଥଳକୁ ପଠାଯାଇଥିଲା । ନିଆଁକୁ ଆୟତ୍ତ କରି ରୋଗୀଙ୍କୁ ଡାକ୍ତରଖାନାରୁ ବାହାର କରାଯିବା ବେଳକୁ ୧୪ ଜଣଙ୍କର ମୃତ୍ୟୁ ହୋଇସାରିଥିଲା । ମୃତକଙ୍କ ମଧ୍ୟରେ ୧୨ ଜଣ ରୋଗୀ ଏବଂ ୨ ଜଣ ନର୍ସ ଅଛନ୍ତି । ଡାକ୍ତରଖାନାରେ ନିଆଁ ଲାଗିବା ସମୟରେ ସେଠାରେ ୫୮ ଜଣ ରୋଗୀ ଭର୍ତ୍ତି ହୋଇଥିଲେ । ଆଗକୁ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ।’

Khansweb Solution Bhubaneswar

Leave A Reply

Your email address will not be published.