banner
Breaking

ସରକାରୀ ଆଇଟିଆଇ ହଷ୍ଟେଲ ଫି ଛାଡକଲେ ମୁଖ୍ୟମନ୍ତ୍ରୀ।

0

ଭୁବନେଶ୍ବର,୩/୨(ଓଡ଼ିଆ ନ୍ୟୁଜ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। ଏହାଦ୍ବାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। କୋଭିଡ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ। ଆଇ.ଟି.ଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି। ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇବେ।

Khansweb Solution Bhubaneswar

Leave A Reply

Your email address will not be published.