banner
Breaking

କରୋନା ନିୟନ୍ତ୍ରଣ ପାଇଁ ଆଇଏଏସଙ୍କୁ ଦାୟିତ୍ୱ ବଣ୍ଟନ।

0

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାରର ଗାଇଡ୍‌ଲାଇନ୍‌ ଜାରି କରୁଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ରାଜ୍ୟ ସରକାର ଆଇଏଏସ୍‌ ଅଫିସରଙ୍କୁ ଜିଲା ଦାୟିତ୍ୱ ଦେଇଛନ୍ତି।
ଭୁବନେଶ୍ୱର ପାଇଁ ଅନୁ ଗର୍ଗ ଓ ଏନ. ଥିରୁମାଲା ନାଏକଙ୍କୁ ଦାୟିତ୍ୱ ଦିଆଯାଇଛି। ବାଲେଶ୍ୱର ଓ ଭଦ୍ରକ ଜିଲା ପାଇଁ ମଧୁସୂଦନ ପାଢ଼ୀଙ୍କୁ ଦାୟିତ୍ୱ ଦିଆଯାଛି। ବଲାଙ୍ଗୀର, ବରଗଡ଼, ନୂଆପଡ଼ା ପାଇଁ ସତ୍ୟବ୍ରତ ସାହୁ ଓ ବେଣୁଧର ବେହେରାଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲା ବୁଝିବେ ନିକୁଞ୍ଜ ବିହାରୀ ଧଳ। ମୟୂରଭଞ୍ଜ ଓ କେନ୍ଦୁଝର ପାଇଁ ସୁରେନ୍ଦ୍ର କୁମାର ଓ ଶ୍ରୀକାନ୍ତ ପୃଷ୍ଟିଙ୍କୁ ଦାୟିତ୍ୱ ଦିଆଯାଇଛି।
ଗଞ୍ଜାମ ଓ ଗଜପତି ଜିଲା ପାଇଁ ଜି. ମାଥିଭାଥନନଙ୍କୁ ଦାୟିତ୍ୱ ଦିଆଯାଇଛି। ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ପାଇଁ ହେମନ୍ତ ଶର୍ମା ଓ ସୁରେଶ ଦଳାଇଙ୍କୁ ଦାୟିତ୍ୱ ଦିଆଯାଇଛି। ଅନୁଗୋଳ, ଦେବଗଡ଼ ଓ ଢେଙ୍କାନାଳ ପାଇଁ ବିଷ୍ଣୁପଦ ସେଠୀ, ଗୋପବନ୍ଧୁ ଶତପଥୀଙ୍କୁ ଦାୟିତ୍ୱ ଦିଆଯାଇଛି। ସମ୍ବଲପୁର ଓ ସୋନପୁର ଜିଲା ପାଇଁ ଚିତ୍ରା ଅରୁମୁଗମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ପାଇଁ ଶାଶ୍ୱତ ମିଶ୍ର, ବିଷ୍ଣୁ ପ୍ରସାଦ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.