ଆଇଏଏସ ସ୍ତରରେ ଅଦଳବଦଳ।
ଭୁବନେଶ୍ୱର,୨୭/୬(ଓଡ଼ିଆ ନ୍ୟୁଜ): ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଓଡ଼ିଶା କ୍ୟାଡ଼ରର ୨୦୧୭ ବ୍ୟାଚର ୫ଜଣ ଆଇଏଏସଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଶନିବାର ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, ୨୦୧୭ ବ୍ୟାଚ୍ ଆଇଏଏସ୍ ସୋମେଶ କୁମାର ଉପାଧ୍ୟାୟଙ୍କୁ ଟିଟିଲାଗଡ଼ ଉପଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି ।ଏଥି ସହିତ ସେ ଅତିରିକ୍ତ ଭାବେ ଟିଟିଲାଗଡ଼ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବେ ।ସୋମେଶ କୁମାର ଉପାଧ୍ୟାୟ ଓମଫେଡ୍ ସିଜିଏମ୍ ସହ ହକି ପ୍ରୋମୋସନ୍ କାଉନସିଲ ସିଇଓ ଭାବେ କାର୍ଯ୍ୟ କରୁଥିଲେ ।
ସେହିପରି ଟିଏସ୍ ଦିବାକରଙ୍କୁ ଧର୍ମଗଡ଼ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।ଏଥି ସହିତ ସେ ଧର୍ମଗଡ଼ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଏବେ ସେ ଓକାକ୍ ଓଏସଡି ଭାବେ କାର୍ଯ୍ୟ କରୁଥିଲେ।
ସେହିପରି ୨୦୧୭ ବ୍ୟାଚ୍ ଆଇଏଏସ୍ ହେମକାନ୍ତ ସଏଙ୍କୁ ଜୟପୁର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେ ଜୟପୁର ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ହେମକାନ୍ତ ସଏ ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ।
ସେହିପରି ୨୦୧୭ ବ୍ୟାଚ୍ ଆଇଏଏସ୍ ପି ଅନ୍ୱେଷା ରେଡ୍ଡୀଙ୍କୁ ବାରିପଦା ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ଭାବେ ବାରିପଦା ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରିବେ ।ସେହିପରି ପାଟିଲ ଆଶୀଷ ଈଶ୍ୱରଙ୍କୁ ବାଲେଶ୍ୱର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେ ବାଲେଶ୍ୱର ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେ ଏବେ ଗ୍ରୀଡକୋ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।