ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ବାରମ୍ବାର ସୀମାରେ ଅସ୍ତ୍ରବିରତି ଉଲ୍ଲଘଂନ କରିବା ପରେ ଭାରତୀୟ ସେନା ପକ୍ଷରୁ ରବିବାର କଡା ଜବାବ ଦିଆଯାଇଛି। ଭାରତୀୟ ସେନା ପାକ ଅଧିକୃତ କାଶ୍ମୀର(ପିଓକେ) ଉପରେ ଆକ୍ରମଣ କରି ୩ଟି ଆତଙ୍କବାଦୀ କ୍ୟାମ୍ପକୁ ଉଡାଇ ଦେଇଛି ବୋଲି ସେନାଧ୍ୟକ୍ଷ ବିପିନ ରାଓ୍ବତ କହିଛନ୍ତି। ଏହି ଆକ୍ରମଣରେ ୬ରୁ ୧୦ ଜଣ ପାକିସ୍ତାନ ସେନା ନିହତ ହୋଇଥିବାବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି। ଫଳରେ ସେଠାରେ ହାଇଆଲର୍ଟ ଜାରି କରାଯାଇଛି ବୋଲି ସେ କହିଛନ୍ତି। ଉଭୟ ପକ୍ଷର ଗୁଳିବିନିମୟରେ ଭାରତୀୟ ସେନାର ଦୁଇ ଜଣ ଯବାନ ଶହୀଦ ହୋଇଛନ୍ତି। ଏହା ସହ ଜଣେ ସ୍ଥାନୀୟ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନି ଜଣ ଆହତ ହୋଇଛନ୍ତି।

ଏହାକୁ ନେଇ ଦେଶରେ ରାଜନୀତି ଆରମ୍ଭ ହୋଇଯାଇଛି। ନିର୍ବାଚନ ଆସିବା ପୂର୍ବରୁ ଏଭଳି ସର୍ଜିକାଲ ଷ୍ଟ୍ରାଇକ୍ ହୁଏ ବୋଲି କଂଗ୍ରେସ ଅଭିଯୋଗ କରିଛି। କଂଗ୍ରେସ ନେତା ଅଖିଳେଶ ସିଂ କହିଛନ୍ତି, ନିର୍ବାଚନ ପୂର୍ବରୁ ସର୍ଜିକାଲ ଷ୍ଟ୍ରାଇକ ଦେଶରେ ଏକ ନୂଆ ଢାଞ୍ଚା ଆରମ୍ଭ ହୋଇଯାଇଛି। ସୋମବାର ମହାରାଷ୍ଟ୍ର ଏବଂ ହରିୟାଣା ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ ଭୋଟରଙ୍କ ଧ୍ୟାନ ଆକର୍ଷଣ ପାଇଁ ଏଭଳି ସର୍ଜିକାଲ ଷ୍ଟ୍ରାଇକ କରାଯାଉଥିବା ସେ କହିଛନ୍ତି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
