banner
Breaking

ଅବପାତର ରୂପ ନେଲା ଜଓ୍ବାଦ

0

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଇଛି ଅବପାତ। ଆସନ୍ତା ୧୨ ଘଣ୍ଟା ଭିତରେ ବାତ୍ୟାର ରୂପ ନେବ। ଶନିବାର ସକାଳ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ବର୍ଷା ହେବ । ଗୋପାଳପୁରରୁ ଦକ୍ଷିଣ ପୂର୍ବ ଦିଗରେ ୬୭୦କି.ମି. ଏବଂ ପାରାଦୀପରୁ ୭୬୦କି.ମି. ଦୂରରେ ରହିଛି । ୩୦ କି.ମି. ବେଗରେ ଏହା ଗତି କରୁଛି । ପବନର ବେଗ ୮୦ରୁ ୯୦ ରହିବା ସମ୍ଭାବନା ରହିଛି । ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ବାସ କହିଛନ୍ତି ।

ଗଞ୍ଜାମ, ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ରାୟଗଡ଼ା, ପୁରୀ, ଜଗତସିଂହପୁରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁରରେ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏମିତିକି ୨୦୦ ମିମିରୁ ଅଧିକ ବର୍ଷା ଆଶଙ୍କା ଅଛି । କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ବାଲେଶ୍ବର, ଭଦ୍ରକ, ଯାଜପୁର ଓ ମାଲକାନଗିରିର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ରବିବାର ଉତ୍ତର ଉପକୂଳରେ ଅଧିକ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ସୋମବାର ଉତ୍ତର ଉପକୂଳରେ କେତେକ ଜାଗାରେ ବର୍ଷା ହେବ । କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଶୁକ୍ରବାର ମଧ୍ୟରାତ୍ରିରୁ ସମୁଦ୍ର ଅଧିକ ଅଶାନ୍ତ ହୋଇ ଉଠିବ । ତେଣୁ ୫ ତାରିଖ ଯାଏ ସମୁଦ୍ର ଓ ଚିଲିକାରେ ମାଛ ଧରିବା ବାରଣ କରାଯାଇଛି

Khansweb Solution Bhubaneswar

Leave A Reply

Your email address will not be published.