banner
Breaking

ବାତ୍ୟାରେ ସତର୍କ ରହିବାକୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

0

ଭୁବନେଶ୍ୱର, ୪।୧୨(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’ ପାଇଁ ପ୍ରଶାସନ ଦ୍ୱାରା ଜାରି ହୋଇଥିବା ସତର୍କ ସୂଚନା ପାଳନ କରିବା ସହ ଧୈର୍ଯ୍ୟ ଓ ସାହସର ସହ ବାତ୍ୟାର ମୁକାବିଲା କରିବା ପାଇଁ ପ୍ରଭାବିତ ଜିଲାବାସୀଙ୍କୁ ଟୁଇଟ୍‌ ଜରିଆରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଟୁଇଟ୍‌ କରି ଧର୍ମେନ୍ଦ୍ର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ସମ୍ଭାବ୍ୟ ବାତ୍ୟା ‘ଜୱାଦ’ର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ସମୀକ୍ଷା ବୈଠକରେ ଓଡ଼ିଶା ସମେତ ପ୍ରଭାବିତ ଅଞ୍ଚଳର ନାଗରିକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ବାତ୍ୟା ମୁକାବିଲା ପାଇଁ ସମସ୍ତ ମନ୍ତ୍ରଣାଳୟ ଏବଂ ସଂସ୍ଥାଗୁଡ଼ିକ ମିଳିତ ଭାବେ କାମ କରିବା ପାଇଁ ପ୍ରସ୍ତୁତ ଅଛନ୍ତି। ‘ଜୱାଦ୍‌’ ପ୍ରଭାବରେ କାହାର କୌଣସି କ୍ଷତି ନ ହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ବୋଲି ଧର୍ମେନ୍ଦ୍ର କହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.