banner
Breaking

ଡଙ୍ଗା ବୁଡି ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲା ଆଳିରେ ଡଙ୍ଗାବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
କେନ୍ଦ୍ରାପଡ଼ା ଜିଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି।

ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଗୁରୁବାର ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.