ଭୁବନେଶ୍ୱର,୩୦/୭(ଓଡ଼ିଆ ନ୍ୟୁଜ):ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ (କିସ)ର ଛାତ୍ରଛାତ୍ରୀ ପୁଣି ଥରେ ବାଜିମାତ କରିଥିବା ବେଳେ ୩୫୦ ଛାତ୍ରଛାତ୍ରୀ ୬୦%ରୁ ଅଧିକ ନମ୍ବର ରାଖି ଉତୀର୍ଣ୍ଣ ହୋଇଛନ୍ତି। କିସର ପାସ ହାର ୯୮ ପ୍ରତିଶତ ହୋଇଥିବା ବେଳେ ସମଗ୍ର ରାଜ୍ୟରେ ପାସ ହାର ୭୮.୭୬ ପ୍ରତିଶତ ରହିଛି। ଓଡିଶା ମାଧ୍ୟମିକ ଶିକ୍ଷବୋର୍ଡ ଦ୍ଵାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ରେକର୍ଡ ସଂଖ୍ୟକ ୧୯୧୬ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଛାତ୍ରଙ୍କ ଅପେକ୍ଷା ଛାତ୍ରୀମାନେ ଅଧିକ ସଂଖ୍ୟାରେ ସଫଳତା ହାସଲ କରିଛନ୍ତି । କିସରେ ପଢୁଥିବା ଆଦିମ ଜନଜାତି ଛାତ୍ର ଯୋଗେଶ କାଡରାକା ସର୍ବାଧିକ ୯୦ ପ୍ରତିଶତ ନମ୍ବର ରଖି ସ୍କୁଲ ଟପ୍ପର ହୋଇ ଥିବା ବେଳେ ଦେବରାଜ ମାଝି ମଧ୍ୟ ଗଣିତରେ ସର୍ବାଧିକ ୯୯ ନମ୍ବର ସହ ୯୦ ପ୍ରତିଶତ ନମ୍ବର ରଖି ଯୁଗ୍ମ ଟପ୍ପର ହୋଇଛନ୍ତି । ଗୋଟିଏ ଶିକ୍ଷାନୁଷ୍ଠାନରୁ ଏତେ ସଂଖ୍ୟକ ପିଲା ମାଟ୍ରିକ ପରୀକ୍ଷାରେ ପାସ କରିବାରେ କିସ ସମଗ୍ର ଦେଶରେ ପ୍ରଥମ ଅନୁଷ୍ଠାନ ବୋଲି କୁହା ଯାଉଛି। ୨୦୦୦ରୁ ୨୦୨୦ ଦୀର୍ଘ ୨୧ ବର୍ଷ ଧରି ଲଗାତର କିସର ପିଲାମାନେ ପାଖାପାଖି ଶତପ୍ରତିଶତ ସଫଳତା ହାସଲ କରି ଆସୁଛନ୍ତି। ଚଳିତ ବର୍ଷ ଡିଡାଇ, ଜୁଆଙ୍ଗ, ଖଡିଆ, ଲୋଧା, ଲାଞ୍ଜିଆ ସଉରା ଓ ବଣ୍ଡା ଆଦି ଆଦିମ ଜନଜାତିର ୪ଶହ ଛାତ୍ରଛାତ୍ରୀ ସଫଳତା ହାସଲ କରିଛନ୍ତି।
କିସ ଫଳାଫଳ ନେଇ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆନନ୍ଦ ପ୍ରକାଶ କରିବା ଶହ କିସର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ଅଦମ୍ୟ ଉଦ୍ୟମ ଓ ଛାତ୍ରଛାତ୍ରୀଙ୍କ କଠିନ ପରିଶ୍ରମ ଯୋଗୁଁ ଏହା ସମ୍ଭବ ହୋଇଛି ବୋଲି କହିଛନ୍ତି। ଶ୍ରୀ ସାମନ୍ତ କିସର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇବା ସହ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
