banner
Breaking

ଅବପାତ ରୂପନେଲା ଲଘୁଚାପ। ଆସନ୍ତା କାଲିଠାରୁ ବର୍ଷା।

0

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଭୁବନେଶ୍ବର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ସକାଳେ ଅବପାତର ରୂପ ନେଇଛି। ବିଶାଖାପାଟଣାଠାରୁ ୪୩୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି କାଲି ରାତିରେ ନରସପୁର ଓ ବିଶାଖାପାଟଣା ମଧ୍ୟରେ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ରିପୋର୍ଟରୁ ସୂଚନା ମିଳିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗରି, ରାୟଗଡ଼ା, ପୁରୀ, ଜଗତ୍‌ସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ପୁରୀ ଏବଂ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ୟେଲୋ ଓ୍ବାର୍ନିଂ ଜାରି କରିଛି। ଏଥିସହିତ ଆସନ୍ତା ୧୩ ଓ ୧୪ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Khansweb Solution Bhubaneswar

Leave A Reply

Your email address will not be published.