banner
Breaking

ଆଜି ପ୍ରଥମ ଶ୍ରାବଣ ସୋମବାର, ଜଳଲାଗି ପାଇଁ ଲିଙ୍ଗରାଜ ମନ୍ଦିରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

0

ଭୁବନେଶ୍ୱର : ଆଜି ଶ୍ରାବଣର ପ୍ରଥମ ସୋମବାର। କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ଶୈବପୀଠ। ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍‌ ଯାତ୍ରା।
ପାଣି ଢ଼ାଳିବା ପାଇଁ ଶିବଭକ୍ତମାନେ ବଡ଼ ଉତ୍ସାହର ସହ ଶୈବପୀଠକୁ ଯାତ୍ରା କରିଛନ୍ତି। ରବିବାର ଦିନରୁ ରାତି ସାରା ରାଜଧାନୀ ରାଜରାସ୍ତାରେ କାଉଡ଼ିଆମାନେ ଯାଉଥିବା ଦେଖିବାକୁ ମିଳିଥିଲା। ଏଥିପାଇଁ ରାଜଧାନୀର ବିଭିନ୍ନ ଶୈବପୀଠରେ ଆବଶ୍ୟକ ପ୍ରସ୍ତୁତି ମଧ୍ୟ କରାଯାଇଛି।
ଅନ୍ୟପକ୍ଷରେ ଜଳାଭିଷେକ ଲାଗି ଲିଙ୍ଗରାଜ ମନ୍ଦିରରେ ହେବାକୁ ଥିବା ଭିଡକୁ ଲକ୍ଷ କରି କମିସନରେଟ ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି । ଡିସିପି କହିଛନ୍ତି, ଲିଙ୍ଗରାଜ ମନ୍ଦିରରେ ପାଣି ଢାଳିବା ପାଇଁ ୪ ସପ୍ତାହ ଯାଏଁ ଭିଡ଼ ରହିବ ।
ଏହିପାଇଁ ସହର ସାରା ରୁଟ ଲାଇନିଂ ବ୍ୟବସ୍ଥା ସହ ଟ୍ରାଫିକ ମ୍ୟାନେଜମେଣ୍ଟ କରାଯିବ । ମନ୍ଦିର ଭିତରେ ଓ ବାହାରେ ଓଡ୍ରାଫ ସହ ଫାୟାର ଓ ମୋବାଇଲ ମେଡିକାଲ ୟୁନିଟ ବ୍ୟବସ୍ଥା କରାଯାଇଛି। ସେହିଭଳି ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ବ୍ୟାରିକେଟ ବ୍ୟବସ୍ଥା କରାଯାଇଛି ।
ଏଥିସହ ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜଣେ ଅତିରିକ୍ତ ଡିସିପିଙ୍କ ନେତୃତ୍ୱରେ ୫ ଏସିପି, ୮ ଆଇଆଇସି, ୩୩ ଏସଆଇଙ୍କ ସହ ୬ ପ୍ଲାଟୁନ ପୋଲିସ ଫୋର୍ସ, ୫୦ ହୋମଗାର୍ଡଙ୍କୁ ନିୟୋଜିତ କରାଯିବ। ମହିଳା ଭକ୍ତଙ୍କ ପାଇଁ ମହିଳା ପୋଲିସ ଫୋର୍ସ ଓ ମହିଳା ପୋଲିସ ଅଫିସର ମଧ୍ୟ ନିଯୁକ୍ତି କରାଯିବ ବୋଲି ଡିସିପି ସୂଚନା ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.