banner
Breaking

ଆସୁଛି ଲଘୁଚାପ

0

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ଆସୁଛି ଲଘୁଚାପ। ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ମେ’ ୫ ପାଖାପାଖି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ପରବର୍ତ୍ତୀ ସମୟରେ ଏହା ଅବପାତ ରୂପ ନେଇପାରେ ବୋଲି ଆକଳନ କରାଯାଉଛି। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି।
ତେବେ ଏହା କେବଳ ଦକ୍ଷିଣ ବଙ୍ଗୋପସାଗରରେ ପ୍ରଭାବ ପକାଇବ। ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ପଡ଼ିବ ନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ବାତ୍ୟା ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହେବ।

Khansweb Solution Bhubaneswar

Leave A Reply

Your email address will not be published.