banner
Breaking

ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କ ପରଲୋକ।

0

ଭୁବନେଶ୍ବର,୨୭/୪(ଓଡ଼ିଆ ନ୍ୟୁଜ): ବିଶିଷ୍ଟ ସାରସ୍ବତ ସାଧକ ମନୋଜ ଦାସଙ୍କ ୮୭ବର୍ଷ ବୟସରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ପୁଡୁଚେରୀସ୍ଥିତ ଶ୍ରୀ ଅରବିନ୍ଦ ଆଶ୍ରମ ନର୍ସିଂ ହୋମ୍‌ରେ ଚିକିତ୍ସିତ ହେଉଥିଲେ। ସେଠାରେ ତାଙ୍କର ପରଲୋକ ହୋଇଛି ବୋଲି ବୋହୁ ସୂଚନା ଦେଇଛନ୍ତି।
ମନୋଜ ଦାସଙ୍କ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷା ସାହିତ୍ୟରେ ପାରଦର୍ଶିତା ରହିଥିଲା। ଓଡ଼ିଶା ଓ ଇଂରାଜୀ ସାହିତ୍ୟରେ ତାଙ୍କ ଅବଦାନ ଅତୁଳନୀୟ। ତାଙ୍କ ବିୟୋଗ ଓଡ଼ିଶା ସାହିତ୍ୟ ଜଗତରେ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ତାଙ୍କ ପରଲୋକରେ କେବଳ ଓଡ଼ିଶା ନୁହେଁ ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ଏକ ଯୁଗର ଅନ୍ତ ଘଟିଛି।
୧୯୩୪ ମସିହାରେ ବାଲେଶ୍ୱର ଜିଲ୍ଲାର ଶଙ୍ଖାରୀ ଗ୍ରାମରେ ଜନ୍ମଗ୍ରହଣ କରିଥିବା ମନୋଜ ଦାସ ଓଡ଼ିଶାର ଜନମାନସରେ କୌଣସି ପରିଚୟର ଅପେକ୍ଷା ରଖନ୍ତି ନାହିଁ। କେବଳ ତାଙ୍କର ନାମ ହିଁ ଯଥେଷ୍ଟ। ଦୀର୍ଘବର୍ଷ ଧରି ସେ ସାହିତ୍ୟ ସାଧନାରେ ବ୍ରତୀ ରହିବା ସହ ପୁଡୁଚେରୀସ୍ଥିତ ଶ୍ରୀଅରବିନ୍ଦ ଅନ୍ତର୍ଜାତୀୟ ବିଶ୍ବବିଦ୍ୟାଳୟରେ ବରିଷ୍ଠ ପ୍ରାଧ୍ୟାପକ ଭାବେ ଶିକ୍ଷାଦାନ କରୁଥିଲେ। ଦେଶର ବିଶିଷ୍ଟ ସାହିତ୍ୟିକ ତଥା ଶିକ୍ଷାବିଦ୍‌ ମନୋଜ ଦାସ ନିଜର ସାଧନା ଓ ସିଦ୍ଧି ଲାଗି ବହୁ ପୁରସ୍କାର ଓ ସମ୍ମାନ ପ୍ରାପ୍ତ କରିଛନ୍ତି। ପଦ୍ମଭୂଷଣ, ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ, କେନ୍ଦ୍ର ସାହିତ୍ୟ ଏକାଦମିର ଫେଲୋସିପ୍‌, ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଭଳି ଭାରତୀୟ ସାହିତ୍ୟ କ୍ଷେତ୍ରର ବହୁ ଶୀର୍ଷ ସ୍ୱୀକୃତି ସେ ଗ୍ରହଣ କରିସାରିଛନ୍ତି।

ଅନେକ ପୁରସ୍କାର ଓ ସମ୍ମାନର ଅଧିକାରୀ ମନୋଜ ଦାସଙ୍କ ଅବଦାନ ଇଂରାଜୀ ଓ ଓଡ଼ିଆ ସାହିତ୍ୟ ପାଇଁ ଥିଲା ଅତୁଳନୀୟ। ଅନେକ କାଳଜୟୀ ଓଡ଼ିଆ ଉପନ୍ୟାସ ଓ କ୍ଷୁଦ୍ରଗଳ୍ପର ସ୍ରଷ୍ଟା ଥିଲେ ମନୋଜ ଦାସ। ସେ ଅମୃତ ଫଳ, ଶେଷ ତାନ୍ତ୍ରିକର ସନ୍ଧାନରେ, ଆରଣ୍ୟକ, ଲକ୍ଷ୍ମୀର ଅଭିସାର, ଆବୁ ପୁରୁଷ, ଶେଷ ବସନ୍ତର ଚିଠି, ଅରଣ୍ୟ ଉଲ୍ଲାସର ରଚୟତା। ତାଙ୍କୁ ୨୦୦୧ରେ ପଦ୍ମଶ୍ରୀ ଓ ୨୦୨୦ରେ ଭାରତ ସରକାର ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ।

Khansweb Solution Bhubaneswar

Leave A Reply

Your email address will not be published.