ମାଟ୍ରିକ ଖାତା ଦେଖା ଆରମ୍ଭ
କଟକ : ସୋମବାରଠାରୁ ମାଟ୍ରିକ୍, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାଖାତା ମୂଲ୍ୟାୟନ ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରବିବାର ସବୁ ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋଗଦେଇଛନ୍ତି। ଏଥିସହ ଜିଲା ଶିକ୍ଷାଧିକାରୀମାନଙ୍କ ତତ୍ତ୍ବାବଧାନରେ ପରୀକ୍ଷକମାନଙ୍କୁ ନେଇ ପ୍ରଶିକ୍ଷଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୋର୍ଡ ଉପସଭାପତି ଡ. ନୀହାର ରଞ୍ଜନ ମହାନ୍ତିଙ୍କ ସୂଚନା ଅନୁଯାୟୀ, ମୂଲ୍ୟାୟନ ପାଇଁ ମୋଟ ୧୩ ହଜାର ପରୀକ୍ଷକଙ୍କ ତାଲିକା ପ୍ରସ୍ତୁତ କରାଯାଇଛି। ସେମାନଙ୍କ ନିଯୁକ୍ତି ବିଷୟରେ ବୋର୍ଡ ୱେବ୍ସାଇଟ୍ରେ ସୂଚନା ରହିଛି। ରାଜ୍ୟରେ ମୋଟ୍ ୫୫ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଥିବାବେଳେ ସବୁଠି ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ମୂଲ୍ୟାୟନ ପରେ କେନ୍ଦ୍ରରୁ ଅନ୍ଲାଇନ୍ରେ ମାର୍କ ପୋଷ୍ଟିଂ କରାଯିବ। ମୂଲ୍ୟାୟନ କାର୍ଯ୍ୟ ୧୦ରୁ ୧୨ଦିନ ମଧ୍ୟରେ ଶେଷ କରିବାକୁ ବୋର୍ଡ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି ବୋଲି ଉପସଭାପତି ମହାନ୍ତି କହିଛନ୍ତି। ସୂଚନାଯୋଗ୍ୟ, ମାଟ୍ରିକ୍, ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିଲେ। ରାଜ୍ୟର ୩,୨୧୮ କେନ୍ଦ୍ରରେ ଏହି ପରୀକ୍ଷା ହୋଇଥିଲା। ପ୍ରଶ୍ନପତ୍ର ରଖିବା ପାଇଁ ୩୧୬ଟି ନୋଡାଲ ସେଣ୍ଟର କରାଯାଇଥିଲା।

**mitolyn official**
Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.